ଥମୁନି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୪୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୨୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ଜଣ ଓ କଟକରୁ ୫ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନୁଗୋଳ ଓ ବରଗଡ଼ ଜିଲାରୁ ୪ଜଣ ପ୍ରାଣ ହରାଇଥିବା ବେଳେ ବାଲେଶ୍ୱର, ବୌଦ୍ଧ, ଭଦ୍ରକ, ଢ଼େଙ୍କାନାଳ, ଗଞ୍ଜାମ ଏବଂ ନୟାଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ପୁରୀରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀର, ଯାଜପୁର, ରାୟଗଡ଼ା, ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share