ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୪୧୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ କେବଳ ୬ଜଣ ରହିଛନ୍ତି। ସେହିପରି ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ ଓ ସୁନ୍ଦରଗଡ଼ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଢ଼େଙ୍କାନାଳ, କଳାହାଣ୍ଡି, କୋରାପୁଟରୁ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନୁଗୋଳରୁ ୩ ଓ ମାଲକାନଗିରିରୁ ୨ ଏବଂ ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Share