ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା କରିଛନ୍ତି। ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ୩୦ ହଜାର ରିହାତି ଦେବ। ସେହିପରି ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ମିଳିବ। ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା ଲାଗୁ କରାଯିବ।

Share