Posted inଜାତୀୟ

ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣାକର

ନୂଆଦିଲ୍ଲୀ, ୧।୬: ଦେଶର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ହିଟ୍‌ଓ୍ବେଭ ସ୍ଥିତି ଜାରିରହିଛି। ଏହାଫଳରେ ଅଧିକାଂଶ ସହରରେ ତାପମାତ୍ରା ୪୫ ଡିଗ୍ରୀ ପାରକରୁଛି। ଏପରି ସ୍ଥିତିରେ ହିଟ୍‌ଓ୍ବେଭକୁ ଜାତୀୟ ଦୁର୍ବିପାକ ଘୋଷଣା କରିବାକୁ କେନ୍ଦ୍ର ସରକାରଙ୍କୁ ରାଜସ୍ଥାନ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଅନୁପ କୁମାର ଧାଣ୍ଡଙ୍କ ଖଣ୍ଡପୀଠ କହିଛନ୍ତି,
ଗତ କିଛି ସପ୍ତାହରେ ହିଟ୍‌ଓ୍ବେଭ ଯୋଗୁ ୧୦୦ରୁ ଊର୍ଦ୍ଧ୍ୱ ପ୍ରାଣହାନି ଘଟିଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହଜନିତ ତାତିରୁ ଜନସାଧାରଣଙ୍କୁ ସୁରକ୍ଷା ଦେବାରେ ବିଭିନ୍ନ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଯଦି ଏପରି ସ୍ଥଳେ କଡ଼ା ପଦକ୍ଷେପ ଗ୍ରହଣ ନ କରାଯିବ, ତେବେ ଏହାର ପରିଣତି ଭୟଙ୍କର ହେବ। ଜାତୀୟ ଦୁର୍ବିପାକ ଘୋଷଣା ଦ୍ୱାରା ବନ୍ୟା, ବାତ୍ୟା ଆଦି ପରି ଜରୁରିକାଳୀନ ସାହାଯ୍ୟ ଯୋଗାଇଦିଆଯାଇ ପାରିବ ବୋଲି ଉଚ୍ଚ ଅଦାଲତ କହିଛନ୍ତି। ଆଗାମୀ ଦିନରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାର ସତର୍କ ହେବା ସହ ଆଗୁଆ ବିଭିନ୍ନ ପଦକ୍ଷେପ ନେବାକୁ ରାଜସ୍ଥାନ ହାଇକୋର୍ଟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର...

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ...

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image