ତଳ ମୁହାଁ କରୋନା ଗ୍ରାଫ୍‌: କମିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ୪ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୩୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୧୨୮ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୩୮ ହଜାର ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୨୦ ଲକ୍ଷ ୨୬ ହଜାର ୯୨ ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୩୧ ଲକ୍ଷ ୫୪ ହଜାର ୧୨୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୪୮ ଲକ୍ଷ ୬୬ ହଜାର ୮୮୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share