Categories: ବାଣିଜ୍ୟ

ଶେୟାର ବଜାର କାରବାରରେ ହ୍ରାସ

ନୂଆଦିଲ୍ଲୀ,୫।୧୦: କ୍ରମାଗତ ପଞ୍ଚମ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଏପରିକି ଚଳିତ ସପ୍ତାହର ୫ମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୮୦୯ (୮୦୮.୬୫) ପଏଣ୍ଟ କମି ୮୧,୬୮୮ (୮୧,୬୮୮.୪୫) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୨୩୫(୨୩୫.୫୦) ପଏଣ୍ଟ ହ୍ରାସ ଘଟି ୨୫,୦୧୫ (୨୫,୦୧୪.୬୦) ଅଙ୍କରେ କାରବାର ଶେଷ ହୋଇଥିଲା। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନଏସଇ ନିଫ୍ଟି ମିଡକ୍ୟାପ,ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ପରିବର୍ତ୍ତନ ହୋଇଛି।

Share