କମୁଛି ସଂଖ୍ୟା: ରାଜ୍ୟରେ ୯୮୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୯୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୮୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୧୫ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ସର୍ବାଧିକ ୧୦୭ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା, ଅନୁଗୋଳରୁ ୮୬ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୫, ବରଗଡ଼ରୁ ୩୧ , ଭଦ୍ରକରୁ ୪, ବଲାଙ୍ଗୀରରୁ ୪୩, ବୌଦ୍ଧରୁ ୭, କଟକରୁ ୮୫ , ଦେବଗଡ଼ରୁ ୨, ଢେଙ୍କାନାଳରୁ ୨୨, ଗଞ୍ଜାମ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪୫, ଯାଜପୁରର୨୭ , ଝାରସୁଗୁଡ଼ାରୁ ୩୪, କଳାହାଣ୍ଡିରୁ ୨୩ , କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୬୦, କେନ୍ଦୁଝରରୁ ୩୦, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୮୪ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୨ , ନୟାଗଡ଼ରୁ ୧୧, ନୂଆପଡ଼ାରୁ ୪୧, ପୁରୀରୁ ୨୯, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୭ ଓ ସୁବର୍ଣ୍ଣପୁରରୁ ୯ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୦୩୭୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୫୮୪ ଚିକିତ୍ସାଧୀନ ଅଛନ୍ତି। ୨୮୯୬୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Share