Posted inଜାତୀୟ

ପ୍ରାଇଭେଟ ପାର୍ଟ ସମେତ ୧୪ ସ୍ଥାନରେ ଗଭୀର କ୍ଷତ, ଡରାଇଦେବ ପୋଷ୍ଟ ମର୍ଟମ ରିପୋର୍ଟ

କୋଲକାତା,୧୯।୮: କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ଉପରେ ହୋଇଥିବା ବଳାତ୍କାର ଓ ହତ୍ୟା ଘଟରାକୁ ନେଇ ସାରା ଦେଶରେ ଅସନ୍ତୋଷ ଦେଖାଦେଇଛି। ଅଭିଯୁକ୍ତ ସଞ୍ଜୟ ରୟଙ୍କୁ ସମସ୍ତେ କଠୋର ଦଣ୍ଡ ଦାବି କରୁଛନ୍ତି। ଏହି ସମୟରେ ପୀଡିତାଙ୍କ ବିସ୍ତୃତ ପୋଷ୍ଟମର୍ଟମ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ପଢିଲେ ଜଣାପଡିବ ଯେ ୯ଅଗଷ୍ଟ ରାତିରେ ଅଭିଯୁକ୍ତ ପୀଡିତାଙ୍କ ପ୍ରତି କ’ଣ ଅତ୍ୟାଚାର କରିଥିଲା।
ରିପୋର୍ଟ ଅନୁଯାୟୀ, ମୃତକଙ୍କ ଶରୀରରେ ୧୪ରୁ ଅଧିକ ଆଘାତ ଚିହ୍ନ ରହିଥିଲା। ପୋଷ୍ଟମର୍ଟମ ରିପୋର୍ଟ ଅନୁଯାୟୀ, ମୃତକଙ୍କ ମୁଣ୍ଡ, ଗାଲ, ଓଠ, ନାକ, ଡାହାଣ ଜହ୍ନ, ଥୋଡିି, ବେକ, ବାମ ହାତ, ବାମ କାନ୍ଧ, ବାମ ଆଣ୍ଠୁ, ଗୋଡ ଏବଂ ପ୍ରାଇଭେଟ ପାର୍ଟରେ ଆଘାତ ଚିହ୍ନ ଦେଖିବାକୁ ମିଳିଥିଲା।
ଏହି ସମୟରେ ଶରୀରର ଆଭ୍ୟନ୍ତରୀଣ ଅଂଶରେ ମଧ୍ୟ ଆଘାତ ଲାଗିଥିଲା। ଫୁସଫୁସରେ ରକ୍ତ ଜମାଟ ବାନ୍ଧିଥିଲା। ଯୌନାଙ୍ଗରେ ଏକ ଧଳା ମୋଟା ଷ୍ଟିକି ଫ୍ଲୁଇଡ ମଧ୍ୟ ମିଳିଲା।
ଏଥିସହ ଅଭିଯୁକ୍ତ ଜଣକ ଦୁଇ ହାତରେ ଗଳା କାଟି ପୀଡିତାଙ୍କ ଜୀବନ ନେଇଥିଲା। ରିପୋର୍ଟରେ ଏହା ମଧ୍ୟ ପ୍ରକାଶ ପାଇଛି ଯେ ଅଭିଯୁକ୍ତ ପୀଡିତାଙ୍କୁ ଅନେକ ଥର ଯୌନ ନିର୍ଯ୍ୟାତନା ଦେଇଥିଲେ। ଅଧିକ ଯାଞ୍ଚ ପାଇଁ ରକ୍ତ ଏବଂ ଅନ୍ୟାନ୍ୟ ନମୁନା ପଠାଯାଇଛି।
ମେଡିକାଲ ବିଶେଷଜ୍ଞମାନେ କହିଛନ୍ତି ଯେ ପୀଡିତାଙ୍କ ବିଷୟରେ ଆର.ଜି କର ମେଡିକାଲ କଲେଜର ଡାକ୍ତରଙ୍କ ଦ୍ୱାରା କରାଯାଇଥିବା ଦାବି ପୋଷ୍ଟମର୍ଟମ ରିପୋର୍ଟ ଅନୁରୂପ।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri