Posted inଜାତୀୟ

ଆକ୍ସନ ମୋଡ୍‌ରେ ପ୍ରତିରକ୍ଷା ମନ୍ତ୍ରୀ: ସେନା ମୁଖ୍ୟଙ୍କ ଦେଲେ ଏମିତି ନିର୍ଦ୍ଦେଶ

ଶ୍ରୀନଗର,୧୬।୭: ଜମ୍ମୁର ଡୋଡାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ସରକାରଙ୍କ କଡ଼ା ଆଭିମୁଖ୍ୟ ରହିଛି। ମଙ୍ଗଳବାର ଏହି ଆକ୍ରମଣ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ସହ ଫୋନରେ କଥା ହୋଇଛନ୍ତି। ଆତଙ୍କବାଦୀ ଘଟଣାର କଡା ମୁକାବିଲା କରିବାକୁ ସେନା ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାନୁସାରେ, ରାଜନାଥ ସିଂ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କୁ କହିଥିଲେ, ଯେ ଆତଙ୍କବାଦୀ ଏବଂ ସେମାନଙ୍କ ସଂଗଠନଗୁଡ଼ିକ ଉପରେ କୌଣସି ଢିଲା ହେବା ଉଚିତ୍‌ ନୁହେଁ। ଡୋଡାଠାରେ ଆତଙ୍କବାଦୀଙ୍କ ସହ ଚାଲିଥିବା ଏନକାଉଣ୍ଟର ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସେନା ମୁଖ୍ୟଙ୍କଠାରୁ ସୂଚନା ନେଇଥିଲେ। ସେନା ମୁଖ୍ୟଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି।
ସୂଚନାଯୋଗ୍ୟ, ସୋମବାର ବିଳମ୍ବିତ ରାତିରେ ଜମ୍ମୁର ଡୋଡା ଜିଲାରେ ହଠାତ୍‌ ବହୁ ସଶସ୍ତ୍ର ଆତଙ୍କବାଦୀ ଆକ୍ରମଣ କରିଥିଲେ। ଆତଙ୍କବାଦୀଙ୍କ ବିଷୟରେ ସୂଚନା ପାଇବା ମାତ୍ରେ ସେନା ଘଟଣାସ୍ଥଳରେ ପହଞ୍ଚି ଏନକାଉଣ୍ଟର ଆରମ୍ଭ ହୋଇଥିଲା। ଏହି ଏନକାଉଣ୍ଟରରେ ଗୁରୁତର ଆହତ ହୋଇଥିବା ଜଣେ ଅଧିକାରୀଙ୍କ ସମେତ ଚାରିଜଣ ସୈନିକଙ୍କର ମଙ୍ଗଳବାର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାହାଙ୍କ ଉପରେ ପୁରସ୍କାର ଘୋଷଣା କଲେ ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ, ସିଆର୍‌ପିଏଫ୍‌ ସ୍କୁଲ ବନ୍ଦ ପାଇଁ ଆହ୍ବାନ

ନୂଆଦିଲ୍ଲୀ,୨୫ା୧୦ : ଖଲିସ୍ତାନୀ ଆତଙ୍କବାଦୀ ତଥା ‘ଶିଖ୍‌ସ ଫର୍‌ ଜଷ୍ଟିସ୍‌’ (ଏସ୍‌ଏଫ୍‌ଜେ) ମୁଖ୍ୟ ଗୁର୍‌ପତଓ୍ବନ୍ତ ସିଂ ପନ୍ନୁ ପୁଣିଥରେ ଭାରତକୁ ଧମକ ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ...

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ।...

ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୫।୧୦: ଜ୍ଞାନବାପି ମାମଲାରେ ହିନ୍ଦୁ ପକ୍ଷଙ୍କୁ ବଡ଼ ଝଟ୍‌କା ଲାଗିଛି। ବାରାଣସୀ କୋର୍ଟ ହିନ୍ଦୁ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି। ତେବେ ଜ୍ଞାନବାପିର ଏଏସ୍‌ଆଇ ସର୍ଭେ...

କିଏ ନେବେ ରତନ ଟାଟାଙ୍କ ଅତିପ୍ରିୟ ‘ଟିଟୋ’ର ଯତ୍ନ, ସାମ୍ନାକୁ ଆସିଲା ଏହି ନାମ

ମୁମ୍ବାଇ,୨୫।୧୦: ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ତଥା ସମ୍ମାନିତ ଚେୟାରମ୍ୟାନ ରତନ ଟାଟାଙ୍କ ଅକ୍ଟୋବର ୯ରେ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ୮୬ ବର୍ଷ ବୟସରେ...

ଝାଡଖଣ୍ଡ ନିର୍ବାଚନ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୫।୧୦: ଆଗକୁ ଝାଡଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ। ତେବେ ଝାଡଖଣ୍ଡ ନିର୍ବାଚନକୁ ନେଇ ସବୁ ଦଳ ବଳ କଷାକଷି ଆରମ୍ଭ କରିଥିବାବେଳେ ଜାତୀୟ ରାଜନୀତି...

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ...

ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ରିୟା ଚକ୍ରବର୍ତ୍ତୀ ଏବଂ ତାଙ୍କ ପରିବାର ସୁପ୍ରିମକୋର୍ଟଙ୍କରୁ ଏକ ବଡ଼ ଆଶ୍ୱସ୍ତି ପାଇଛନ୍ତି। ହାଇକୋର୍ଟଙ୍କ...

ନୀତୀଶ କୁମାରଙ୍କୁ ଭେଟିଲେ ଖାନ ସାର୍‌, ବଢୁଛି ରାଜନୈତିକ ଉଷ୍ମତା

ପାଟନା,୨୫।୧୦: ଏବେ ବିହାରର ରାଜଧାନୀ ପାଟନାରୁ ଏକ ବଡ ଖବର ସାମ୍ନାକୁ ଆସିଛି। ପ୍ରତିଯୋଗିତାମୂଳକ ପରୀକ୍ଷାର ଜଣାଶୁଣା ଶିକ୍ଷକ ଖାନ ସାର୍‌ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri