ବରଗଡ଼ ଅଫିସ,୧୪।୮: ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ବରଗଡ଼ ଜିଲାର ଅନେକ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଏପର୍ଯ୍ୟନ୍ତ ୨୦୨୧ ଖରିଫ ଫସଲକ୍ଷତିର ବୀମା କ୍ଷତିପୂରଣ ମିଳିପାରି ନାହିଁ। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନର ବାରମ୍ବାର ଦୃଷ୍ଟି ଆକର୍ଷଣ ସତ୍ତ୍ବେ କିଛି ସୁଫଳ ମିଳି ନାହିଁ। ଏହାର ପ୍ରତିବାଦରେ ଜିଲା ରାଜୋଡାସମ୍ବର କୃଷକ ସଂଗଠନ ନେତୃତ୍ୱରେ ରବିବାର ରେଳରୋକୋ ଆନ୍ଦୋଳନ ହୋଇଛି। ବରଗଡ଼ ରୋଡ ରେଳଷ୍ଟେଶନ ନିକଟ ରେଳ ଧାରଣା ଉପରେ ଚାଷୀମାନେ ବସିଛନ୍ତି। ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ବୀମା କ୍ଷତିପୂରଣ ପ୍ରଦାନ ନ ମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।