Categories: ଖେଳ

ଦିଲ୍ଲୀ କ୍ୟାପିଟାଲର ପ୍ରଥମ ବିଜୟ

ନୂଆଦିଲ୍ଲୀ,୧୪।୪: ଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୨୮ତମ ମ୍ୟାଚ୍‌ରେ ଡେଭିଡ୍‌ ଓ୍ବାର୍ନରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ୪ ଉଇକେଟରେ ବିଜୟୀ ହୋଇଛି। ଷଷ୍ଠ ମ୍ୟାଚ୍‌ରୁ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ବିଜୟ ସହ ପଏଣ୍ଟ ଖାତା ଖୋଲିଛି ।

ଦିଲ୍ଲୀ କ୍ୟାପିଟାଲ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ କୋଲକାତା ନାଇଟ୍‌ ରାଇଡର୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ସମସ୍ତ ଉଇକେଟ ହରାଇ ୧୨୭ ରନ୍‌ କରିଥିଲା। ହେଲେ ଦିଲ୍ଲୀ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ୪୧ ବଳ୍‌ରେ(୧୧ ଚୌକ୍କା) ୫୭ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ସହ ଶେଷ ବେଳକୁ ଆକ୍ସର ପଟେଲଙ୍କ ୧୭ ରନ୍‌ର ଉପଯୋଗୀ ଇନିସଂ ବଳରେ ୧୯ .୨ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା।

Share