Categories: ଜାତୀୟ

ସିସୋଡିଆଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ମନୀଷ ସିସୋଡିଆଙ୍କ ବିରୋଧରେ ଅଭିଯୋଗ ଅତ୍ୟନ୍ତ ଗମ୍ଭୀର। ହାଇକୋର୍ଟ ଦିଲ୍ଲୀ ସରକାରଙ୍କ ମଦ ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ଏହି ନିଷ୍ପତ୍ତି ଶୁଣାଇଛନ୍ତି।
ସୂଚନାଯୋଗ୍ୟ, ଏଏପି ନେତା ମନୀଷ ସିସୋଡିଆ ନିମ୍ନ ଅଦାଲତର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଆବେଦନ କରିଥିଲେ। ହେଲେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି।

Share