Posted inଜାତୀୟ

ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍‌ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ବି.ଆର୍‌. ଅରବିନ୍ଦାକ୍ଷଣଙ୍କ ପକ୍ଷରୁ ଦାଏର ପିଟିଶନ ଉପରେ ଜଷ୍ଟିସ୍‌ ସୁବ୍ରମଣ୍ୟମ ପ୍ରସାଦ କେନ୍ଦ୍ରକୁ ନୋଟିସ ଜାରି କରି ୪ ସପ୍ତାହ ମଧ୍ୟରେ ଜବାବ ଦେବାକୁ କହିଛନ୍ତି।

ଡ୍ରଗ୍ସ ଜବତ ନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ତଥ୍ୟରେ ତାଳମେଳ ନ ଥିବା ଆବେଦନକାରୀ ପିଟିଶନରେ ଦର୍ଶାଇଛନ୍ତି। ଜବତ ହେରୋଇନର ଦାମ୍‌ ଅନ୍ତର୍ଜାତୀୟ ବଜାରରେ ପ୍ରାୟ ୫ ଲକ୍ଷ କୋଟି ଟଙ୍କା ହୋଇଥିବାବେଳେ ଏହା ରେକର୍ଡରୁ ଗାଏବ ହୋଇଯିବା ଜାତୀୟ ସୁରକ୍ଷା, ସାମାଜିକ ସ୍ଥିରତା ଏବଂ ଆର୍ଥତ୍କ ଦୁଷ୍ପରିଣାମକୁ ନେଇ ଚିନ୍ତା ବଢ଼ାଇଛି ବୋଲି ଆବେଦନକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri