ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ ସହ MOU ସ୍ୱାକ୍ଷର

ଭୁବନେଶ୍ୱର,୨୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ସୋମବାର ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ସହିତ ଏକ ବୁଝାମଣାପତ୍ର(ଏମଓୟୁ) ସ୍ୱାକ୍ଷର କରିଛନ୍ତି। ଭର୍ଚୁଆଲ୍‌ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ଵାକ୍ଷର ହୋଇଛି।

ସୂଚନା ଅନୁସାରେ ଆସନ୍ତା ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହି ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନ ବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ ।

Share