ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ ଧରି ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ରୁ ଅଧିକ ରହୁଛି। ଗତ ୧୦ ଦିନରେ ଏକ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟିଛି। ଦୀପାବଳି ପରେ ସ୍ଥିତି ଅଧିକ ଖରାପ ହେବାରେ ଲାଗିଛି। ଲୋକେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ପ୍ରତି ସଚେତନ ହେଉ ନ ଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି। ସରକାରଙ୍କ ପକ୍ଷରୁ ଅଧିକ ନମୁନା ପରୀକ୍ଷା କରାଯାଉଛି। ନମୁନା ପରୀକ୍ଷା ବଢ଼ିବା ସହିତ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ କରୋନା ସ୍ଥିତି ସମ୍ପର୍କିତ ରିପୋର୍ଟ ନଭେମ୍ବର ୨୭ ସୁଦ୍ଧା ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Share