ରାଜସ୍ବ ଅମଲାମାନଙ୍କୁ କରୋନା ଯୋଦ୍ଧା ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ମାଲକାନଗିରି,୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଅମଲା ସଂଘ ପକ୍ଷରୁ ଶନିବାର ଜିଲାପାଳ ବିଶାଳ ସିଂଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ କରୋନା ଯୋଦ୍ଧା ଭାବେ ଘୋଷଣା ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲାରେ ଲକ୍‌ଡାଉନ ଶଟ୍‌ଡାଉନ ଚାଲିଥିବା ବେଳେ ଅମଲାମାନେ ପ୍ରତ୍ୟକ୍ଷ ଭାବେ ନିଜର ସେବା ନିରନ୍ତର ଯୋଗାଇ ଆସୁଛନ୍ତି। ଅନେକ ଅମଲା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ବସ୍‌ ଷ୍ଟାଣ୍ଡ ହେଉ କିମ୍ବା ତନଖି ଫାଟକ ହେଉ ବିଭିନ୍ନ ରାଜ୍ୟ ସୀମାରେ ଏବଂ କଣ୍ଟ୍ରୋଲ ରୁମ୍‌ରେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ ତୁଲାଇ ଆସୁଛନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଏହି ଦାବିପତ୍ର ପ୍ରଦାନ ସମୟରେ ସଭାପତି ବସନ୍ତ ପଟ୍ଟନାୟକ, କାର୍ଯ୍ୟକାରୀ ସଭାପତି କୁନା ନାୟକ, ସଦସ୍ୟ ମନୋରଞ୍ଜନ ନାୟକ, ହୃଷୀକେଶ ପଣ୍ଡା, ଜୟଦେବ ଦାସ, ମନୋହର ସୁଗ୍ରି, ଟୁକୁନା ପଢିଆରୀ, କିଶୋର ସୁନାନୀ, ଶ୍ୟାମସୁନ୍ଦର ପଣ୍ଡା, ପ୍ରଶାନ୍ତ କୁମାର ପୃଷ୍ଟି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନରେ ହ୍ୟୁଷ୍ଟନରେ ଗଡ଼ିଲା ନନ୍ଦିଘୋଷ ରଥ

ପୁରୀ/ଭୁବନେଶ୍ୱର, ୧୧ା୧୧ (ଅଜିତ୍‌ କୁମାର ମହାନ୍ତି/ ବନ୍ଦନା ସେଠୀ): ଆମେରିକାର ହ୍ୟୁଷ୍ଟନ ସହରରେ ନଭେମ୍ବର ୯ରେ ଅଦିନରେ ନନ୍ଦିଘୋଷ ରଥ ଗଡ଼ିଛି। ତେବେ ଉକ୍ତ ରଥରେ...

ଛତିଶଗଡ଼ରେ ଦୁର୍ଘଟଣା: ୩ ଓଡ଼ିଆ ଶ୍ରମିକ ମୃତ, ୧୨ ଆହତ

କୋଷାଗୁମୁଡା,୧୧।୧୧(ପ୍ରସାଦ ବିଷୋୟୀ): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ଛତିଶଗଡ଼ର ବକାୱଣ୍ଡ ରାଜନଗର ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପିକଅପ୍‌...

ଜନନୀ ଯନ୍ତ୍ରଣା: ଖଟିଆରେ ପୁଣି ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୦।୧୧(ଦୁର୍ଗା କିର୍ତ୍ତୀ): କଳାହାଣ୍ଡିରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ରାସ୍ତା ଖରାପ ଯୋଗୁ ଗାଁକୁ ଯାଇ ପାରିଲାନି ୧୦୮ ଆମ୍ବୁଲାନ୍ସ। ଅଧବାଟରେ ଅଟକି...

ଅନାସ୍ଥା ଭୋଟ୍‌ ପୂର୍ବରୁ କୀଟନାଶକ ପିଇଲେ ସରପଞ୍ଚ

ବରଗଡ଼/ଗାଇସିଲେଟ୍‌,୧୦।୧୧(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍‌ ବ୍ଲକ ଅନ୍ତର୍ଗତ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଳା ସେଠ ରବିବାର କୀଟନାଶକ ପିଇ ଦେଇଛନ୍ତି।...

ପାତାଳି ଶ୍ରୀକ୍ଷେତ୍ରରୁ ଶ୍ରୀଜୀଉଙ୍କ ପାଖକୁ ଗଲା ତୁଳସୀ

ସୋନପୁର,୧୦।୧୧(ମୃତ୍ୟୁଞ୍ଜୟ ଶତପଥୀ): ଆସନ୍ତା ୧୨ ତାରିଖ ମଙ୍ଗଳବାର କାର୍ତ୍ତିକ ଏକାଦଶୀ। ଜଗନ୍ନାଥଙ୍କ ଦୁର୍ଲଭ ବେଶ। ଏହି ଦିନ ପୁରୀ ଶ୍ରୀଜୀଉଙ୍କଠାରେ ଲାଗିହେବ ଫୁଲ ଓ ତୁଳସୀ।...

କଟ୍‌ନି ଛଟ୍‌ନି ବନ୍ଦ କରିବାକୁ ମଣ୍ଡିକୁ ଯିବେ ଭାଜପା ନେତା

ବରଗଡ଼,୧୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭାଜପା କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ଦଳର ଜିଲା କାର୍ଯ୍ୟାଳୟରେ ଧାନ ସଂଗ୍ରହ ଅଭିଯାନ ପ୍ରସ୍ତୁତି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଝାଡ଼ଖଣ୍ଡ ନିର୍ବାଚନ: ପ୍ରଚାରରେ କେନ୍ଦୁଝର ନେତା

କେନ୍ଦୁଝର,୧୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ୨ଟି ପର୍ଯ୍ୟାୟରେ ହେବ। ଆସନ୍ତା ୧୩ ଓ ୨୦ତାରିଖରେ ଝାଡ଼ଖଣ୍ଡ ନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ।...

ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ: କୁଳପତିଙ୍କ ସହ ଆଲୋଚନା କଲେ ଏମ୍‌ପି

କେନ୍ଦୁଝର,୧୦।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରସ୍ଥିତ ଧରଣୀଧର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶରେ ଅହେତୁକ ବିଳମ୍ବ ହେଉଥିବା ପ୍ରସଙ୍ଗକୁ ନେଇ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri