ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତି ଦାବି:ଗର୍ଜିଲେ ଜିଲାବାସୀ

ବରଗଡ଼,୨୩।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଉଲସିଂହାଠାରେ ନିର୍ମାଣାଧୀନ ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଜିଲାବ୍ୟାପୀ ଅସନ୍ତୋଷ ଦେଖାଦେଇଥିବା ବେଳେ ବୁଧବାର ମଧ୍ୟାହ୍ନ ୧୨ଟାରେ ଜିଲାର ଶତାଧିକ ଯୁବକ ଏକ ବିକ୍ଷୋଭ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତି ଦାବିରେ ସେମାନେ ନାରାବାଜି କରି ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପରେ ଜିଲାପାଳ ଆଦିଦ୍ୟ ଗୋୟଲଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଇଥାନଲ ପ୍ଲାଣ୍ଟରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରି ବାହ୍ୟ ନିଯୁକ୍ତିକୁ ସୁଯୋଗ ଦିଆଗଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ, ସେଥିପାଇଁ ପ୍ରଶାସନ ଦାୟୀ ରହିବ ବୋଲି ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି।
ପ୍ରକାଶ ଯେ, ୨୦୨୨ରୁ ଭାରତୀୟ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ୍‌) ପକ୍ଷରୁ ବାଉଲସିଂହାଠାରେ ଉକ୍ତ ପ୍ଲାଣ୍ଟ ନିର୍ମାଣ କାର୍ଯ୍ୟ ଚାଲିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହାତରେ ପେଟ୍ରୋଲିୟମ ବିଭାଗ ଥିବାବେଳେ ତାଙ୍କ ଉଦ୍ୟମରେ ଏହି ପ୍ରକଳ୍ପ ହୋଇଛି। ପ୍ରକଳ୍ପର ବ୍ୟୟ ଅଟକଳ ୧୫୫୭ କୋଟି ଟଙ୍କା ରହିଛି। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ବର୍ତ୍ତମାନ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ବରଗଡ଼ରେ ଥିବା ଇଥାନଲ ପ୍ଲାଣ୍ଟର ବିଭିନ୍ନ ପଦବୀ ପାଇଁ ଗତ କିଛିଦିନ ତଳେ ରାଜ୍ୟ ବାହାରେ ନିଯୁକ୍ତି ପ୍ରକ୍ରିୟା ହୋଇଥିଲା। ଏଥିପାଇଁ ଅସନ୍ତୋଷ ବଢ଼ିବା ପରେ ପ୍ଲାଣ୍ଟ ପକ୍ଷରୁ ହାତଗଣତି କିଛି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ଲାଣ୍ଟ କର୍ତ୍ତୃପକ୍ଷଙ୍କ ଏଭଳି ପାତରଅନ୍ତର ନୀତି ଯୋଗୁ ଜିଲାରେ ଅସନ୍ତୋଷ ଲାଗି ରହିଛି। ଏହାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ବିଭିନ୍ନ ସଂଗଠନ ପ୍ରସ୍ତୁତି ଚଳାଇଛି। ଅନ୍ୟପଟେ ବୁଧବାର କୋଶଲ ଛାତ୍ର ୟୁନିୟନ ନେତୃତ୍ୱରେ ବିଭିନ୍ନ ଅନୁଷ୍ଠାନର ତାଲିମପ୍ରାପ୍ତ ଶତାଧିକ ଯୁବତୀ, ଯୁବକ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ। ସ୍ଥାନୀୟ ଗାନ୍ଧିଛକରୁ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ପହଞ୍ଚିଥିଲେ। ସ୍ଥାନୀୟ ନିଯୁକ୍ତି ଦାବିରେ ଧାରଣାରେ ବସି ସେମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବରଗଡ଼ ଜିଲାରେ ପ୍ଲାଣ୍ଟ ଥିବାବେଳେ ରାଜ୍ୟ ବାହାରେ ହୋଇଥିବା ନିଯୁକ୍ତି ପ୍ରକ୍ର୍ରିୟାକୁ ସେମାନେ ଦୃଢ଼ ବିରୋଧ କରିଥିଲେ। ରମଣୀ ଦନ୍ତା, ହିମାଂଶୁ ମହାକୁର, ରବି ସେଠ, ଅନନ୍ତ ମହାକୁର, ଅଲେଖ ଭୋଇ, ଶୁଭମ ପ୍ରଧାନ ପ୍ରମୁଖ ଏହାର ନେତୃତ୍ୱ ନେଇଥିଲେ।
ପ୍ରକାଶଥାଉ କି, ପ୍ଲାଣ୍ଟ ନିର୍ମାଣ ସମୟରେ ଜିଲା ବାହାର ଶ୍ରମିକଙ୍କୁ ନିୟୋଜନ ନେଇ ପୂର୍ବରୁ ପ୍ଲାଣ୍ଟ ସମ୍ମୁଖରେ ଅନେକଥର ଆନ୍ଦୋଳନ ମଧ୍ୟ ହୋଇଥିଲା। ସ୍ଥାନୀୟ ଶ୍ରମିକମାନେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଧାରଣା ଦେଇଥିଲେ। ଏହାସତ୍ତ୍ୱେ ଆଗକୁ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବାକୁ ଥିବାବେଳେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା କରାଯାଉଥିବାରୁ ଆଗାମୀ ଦିନରେ ଏହା ବଡ଼ ଆନ୍ଦୋଳନ ରୂପ ନେବାର ଆଶଙ୍କା ରହିଛି। ତେବେ ଏହି ପ୍ରକଳ୍ପ ହେବା ଦ୍ୱାରା ନିଯୁକ୍ତି ସୁଯୋଗ ମିଳିବା ସହିତ ଚାଷୀମାନେ କଞ୍ଚାମାଲ(ଧାନର ନଡ଼ା) ବିକ୍ରି କରି ଲାଭବାନ ହେବେ ବୋଲି ପ୍ରକଳ୍ପ ନିର୍ମାଣ ହେବା ଦିନଠାରୁ ବିଭାଗୀୟ ମନ୍ତ୍ରୀମାନେ କହି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri