ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି

ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ରରେ ଦର୍ଶାଯାଇଛି, ଦିନକୁ ଦିନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବଇଣ୍ଡା ମେଡିକାଲରେ ଆବଶ୍ୟକ ଯନ୍ତ୍ରପାତି କିମ୍ବା ପର୍ଯାପ୍ତ ଶଯ୍ୟା ନ ଥିବା ଯୋଗୁ ଏହି ଅଞ୍ଚଳର ରୋଗୀମାନେ ୪୫ କି.ମି ଦୂରରେ ଥିବା ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ଫଳରେ ଗରିବ ଶ୍ରେଣୀର ଲୋକେ ଠିକ୍‌ ଭାବେ ସେବା ପାଇପାରୁନାହାନ୍ତି। ବଇଣ୍ଡା ମେଡିକାଲକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ପୂର୍ବରୁ ସରକାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ି ସୁଫଳ ମିଳୁନାହିଁ। ସେହିପରି ବଇଣ୍ଡାଠାରେ ଥିବା ଫାଣ୍ଡିରେ ଆବଶ୍ୟକ ପୋଲିସ କର୍ମଚାରୀ ନ ଥିବାରୁ ଲୋକେ ଠିକ୍‌ ଭାବେ ସେବା ପାଇ ପାରୁନାହାନ୍ତି। ଫଳରେ ସେମାନେ ହଣ୍ଡପା ଥାନା ଉପରେ ନିର୍ଭର କରୁଛନ୍ତି। ବଇଣ୍ଡା ଫାଣ୍ଡିକୁ ଥାନାରେ ପରିଣତ କରିବା ସହ ଆବଶ୍ୟକ କର୍ମଚାରୀ ଯୋଗାଇ ଦେବା ପାଇଁ ପୂର୍ବରୁ ପୋଲିସ ଡିଜିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲେ ମଧ୍ୟ ସୁଫଳ ମିଳୁନାହିଁ। ଫଳରେ ବଇଣ୍ଡା ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ତୁରନ୍ତ ଅଞ୍ଚଳବାସୀଙ୍କ ଦାବି ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ଏଥିପ୍ରତି ସରକାର ପଦକ୍ଷେପ ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ...

ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା

ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା...

ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି...

ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍‌

ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍‌...

ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ...

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ

ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି।...

ଅଧିଆ ପଡ଼ିଥିବା ନାବାଳିକାଙ୍କୁ ବଳାତ୍କାର କଲେ ମନ୍ଦିର ପୂଜକ: ଥାନାରେ ଅଭିଯୋଗ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ...

ଶୌଚ କରିବାକୁ ଯାଇଥିବାବେଳେ ଆକ୍ରମଣ କଲା ଗୟଳ: ଆଉ ତା’ପରେ

ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ନୁଆସାହି ମୌଜା ଟିକରପଡା ଗ୍ରାମର କୈଳାସ କହଁର ( ୪୫) ବୁଧବାର ସକାଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri