ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବି: କିଷାନ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): କୃଷି ଋଣ ଛାଡ଼ କରିବା, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ କରିବା ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା ଦାବିରେ ଗଞ୍ଜାମ ଜିଲା କିଷାନ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛି। ଏହା ସହ ଏକ ଦାବି ପତ୍ର ଜିଲାପାଳଙ୍କ ଉଦ୍ଦେଶ୍ୟ ରେ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାରେ ଗତ ଲଘୁଚାପ ଜନିତ ଲଗାଣ ବର୍ଷାରେ ୬୧ ହଜାର ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିବା ଆକଳନ କରାଯାଇଛି । ସରକାରଙ୍କ ପକ୍ଷରୁ ଫସଲ କ୍ଷୟକ୍ଷତି ସଠିକ ଭାବେ ଆକଳନ କରାଯାଇ ନାହିଁ ଏବଂ ଯେଉଁ ଇନପୁଟ ସବସିଡ ଘୋଷଣା କରାଯାଇଛି ତାହା ସମୁଦ୍ରକୁ ଶଙ୍ଖେ । କିନ୍ତୁ ଏ ଦିଗରେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନାହିଁ। ଫସଲ କ୍ଷୟକ୍ଷତିର ସଠିକ ଭାବେ ପୁନଃ ଆକଳନ କରିବା, କ୍ଷତିଗ୍ରସ୍ତ ଚାଷୀଙ୍କୁ ସଠିକ ଭାବେ ଇନପୁଟ ସବସିଡି ପ୍ରଦାନ କରିବା, ରିଲିଫ କୋର୍ଡର ସଂଶୋଧନ କରାଯାଇ ଭାଗ ଚାଷୀଙ୍କୁ ସହାୟତା ପ୍ରଦାନ କରିବା, ବୀମାଭୁକ୍ତ ଚାଷୀଙ୍କୁ ସହାୟତା, ପନିପରିବା ଚାଷୀଙ୍କୁ ଉପଯୁକ୍ତ କ୍ଷତିପୁରଣ, ରବି ଚାଷ ପାଇଁ କୃଷକଙ୍କୁ ଇନପୁଟ ଯୋଗାଣ, ଏଫଏକ୍ୟୁମାନ କୋହଳ କରି ଧାନ କ୍ରୟ, କୃଷି ଋଣ ଛାଡ, କୃଷି କ୍ଷେତ୍ରରେ ମନରେଗା କାର୍ଯ୍ୟକୁ ତ୍ୱରାନ୍ବିତ ସହ ଦାଦନ ଶ୍ରମିକ ରୋକିବାକୁ ସୁ ବନ୍ଦବୋସ୍ତ କରିବା ପାଇଁ ଗଞ୍ଜାମ ଜିଲାପାଳଙ୍କ ନିକଟରେ ଗଞ୍ଜାମ ଜିଲା କଂଗ୍ରେସ କମିଟି ପକ୍ଷରୁ ଦାବି କରାଯାଇଛି l ଏହି କାର୍ଯ୍ୟକ୍ରମରେ ଓଡିଶା ପ୍ରଦେଶ କିସାନ କଂଗ୍ରେସ ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ, ଭାଗିରଥି ବେହେରା, ଭୋକାଲି ସେଠି, ଡି. ରାମସ୍ବାମୀ ରେଡ୍ଡୀ ଓ ଗଣପତି ବାରିକଙ୍କ ସମେତ ବହୁ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri