ରାଜ୍ୟରେ ମାଡି ଚାଲିଛି ଡେଙ୍ଗୁ: ରୋଗୀ ସଂଖ୍ୟା ୨୪ ଶହ ଟପିଲା

ଭୁବନେଶ୍ୱର,୨୩।୮: ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଛି। ଗୁରୁବାର ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୪ଶହ ଟପିଯାଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ଗତ ବର୍ଷଠାରୁ କମ୍‌ ରହିଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର।

ବର୍ତ୍ତମାନ ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧା ଜିଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ସର୍ବଧିକ ରହିଛି। ରାଉରକେଲା ଏବଂ ଭୁବନେଶ୍ୱର ଡେଙ୍ଗୁର ହଟସ୍ପଟ ପାଲଟିଛି। ଗତ କାଲି ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ମୋଟ ୨ ହଜାର ୪୭୧ ରହିଛି । କେବଳ ସୁନ୍ଦରଗଡ଼ରେ ୭୨୭ ଏବଂ ଖୋର୍ଦ୍ଧାରେ ୫୯୫ ଜଣ ରୋଗୀ ଏଯାଏଁ ଚିହ୍ନଟ ହୋଇଛନ୍ତି। କଟକ, ବଲାଙ୍ଗୀର ଏବଂ ବାଲେଶ୍ୱରରେ ରୋଗୀଙ୍କ ସଂଖ୍ୟା ଶହେ ଉପରେ ରହିଛି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମନିଟରିଂ କରାଯାଉଥିବା ବେଳେ ସୁନ୍ଦରଗଡ଼, ଭୁବନେଶ୍ୱର ଓ କଟକରେ ସ୍ପେଶାଲ ଡ୍ରାଇଭ ମୋଡ଼ରେ ଅଛନ୍ତି ସରକାର। ଅନ୍ୟପକ୍ଷେ ଟେଷ୍ଟିଂକୁ ବଢାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

ରାଜଧାନୀରେ ଡେଙ୍ଗୁ ସ୍ଥିତି ପାଇଁ ବିଏମ୍‌ସିକୁ ଦାୟୀ କରି ସରକାରୀସ୍ତରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ତେବେ ମେୟରଙ୍କ କହିବା କଥା ଗତବର୍ଷଠୁ ରାଜଧାନୀରେ ଏଥର ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ରହିଛି। ତଥାପି ସ୍ଥିତି ଉପରେ ନଜର ରଖି ସବୁ ପ୍ରକାର ପଦକ୍ଷେପ ନେଉଛୁ ବୋଲି ମେୟର ପ୍ରକାଶ କରିଛନ୍ତି।

ଗତବର୍ଷ ପରି ଏଥର ବି ରାଜ୍ୟର ସବୁ ଜିଲାକୁ ମାଡ଼ି ଗଲାଣି ଡେଙ୍ଗୁ । ଗତବର୍ଷ ଅଗଷ୍ଟ ୧୫ ତାରିଖ ସୁଦ୍ଧାରେ ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୮ ଥିବା ବେଳେ ଏଥର ୧୯ ଶହ ୨୨ ରହିଛି । ସବୁଠୁ ବଡ଼ କଥା, ଗତବର୍ଷ ଭଳି ଏଥର ବି ସର୍ବାଧିକ ଡେଙ୍ଗୁ ରୋଗୀ ରାଜଧାନୀରୁ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri