୯ ଜିଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଘନକୁହୁଡ଼ି ଲାଗି ଏସ୍‌ଆରସିଙ୍କ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛିି। ରବିବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଓ ବୌଦ୍ଧ ରହିଛି।
ସେହିପରି ୨୫ ତାରିଖ ରାତିରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲାରେ ଘନ କୁହୁଡ଼ି ହେବ। ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୋଳ, ଢେଙ୍କାନାଳ ଓ କଟକ ଏହି ଜିଲାଗୁଡ଼ିକ ମଧ୍ୟରେ ଅଛି। ଏହି ସମୟରେ ପୋଲିସ ଓ ପରିବହନ ଅଧିକାରୀମାନେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଏସ୍‌ଆରସିଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Share