ସକ୍ରିୟ ହେଉଛି ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୧ା୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ରବିବାର ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହା ପରେ ଲଘୁଚାପ ୩ ଦିନ ଧରି ଉତ୍ତର-ଉତ୍ତର ପୂର୍ବଦିଗକୁ ମୁହାଁଇ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରି ସାମୁଦ୍ରିକ ଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି। ରବିବାରଠାରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୫ରୁ ୫୫ ଓ ସର୍ବାଧିକ ୬୫ କିମି ଯାଏ ରହିବ । ଏଥିସହ ପବନର ବେଗ ଧୀରେ ଧୀରେ ବୃଦ୍ଧି ପାଇବ । ୨୩, ୨୪ ବେଳକୁ ପବନର ବେଗ ୫୫ରୁ ୬୫ ବେଳେ ବେଳେ ୮୦ କିମି ବେଗରେ ବହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।

Share