ଆଜି ମନ୍ତ୍ରୀମାନଙ୍କୁ ବଣ୍ଟାଯାଇପାରେ ବିଭାଗ

ଭୁବନେଶ୍ୱର, ୧୫।୬(ସୁନିତ୍‌ ମିଶ୍ର): ଓଡ଼ିଶାରେ ପ୍ରଥମ ଥର ଲାଗି ଭାଜପା ସରକାର ଗଠନ କରିଛି। ଦୀର୍ଘ ୨୪ ବର୍ଷ ଧରି କ୍ଷମତାରେ ରହିଥିବା ବିଜେଡି ସରକାରକୁ ହଟାଇ ରାଜ୍ୟରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇସାରିବା ପରେ ଗତ ୧୨ ତାରିଖରେ ମୋହନ ଚରଣ ମାଝୀଙ୍କ ସରକାର ଶପଥ ଗ୍ରହଣ କରିଛି। ଇତିମଧ୍ୟରେ ମୋହନ ମୁଖ୍ୟମନ୍ତ୍ରୀ ହୋଇଥିବା ବେଳେ ତାଙ୍କ ସହ ୨ ଜଣ ଉପମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମେତ ୫ ସ୍ବାଧୀନ ରାଷ୍ଟ୍ରମନ୍ତ୍ରୀ ଶପଥପାଠ କରିଛନ୍ତି। ହେଲେ ମନ୍ତ୍ରିମଣ୍ଡଳ ଶପଥ ନେବାର ୨ଦିନ ବିତିଯାଇଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇ ନ ପାରିବା ଚର୍ଚ୍ଚାର ବିଷୟ ପାଲଟିଛି। ଅନ୍ୟପଟେ ବିଭାଗ ବଣ୍ଟନ କଥାକୁ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ ହେବାକୁ ଯାଉଛି। ସମସ୍ତ ବିଷୟ ମଧ୍ୟ ଗଣମାଧ୍ୟମକୁ ଅବଗତ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଜଣେ କ୍ୟାବିନେଟ୍‌ ପାହ୍ୟାର ମନ୍ତ୍ରୀଙ୍କ କହିବା ମୁତାବକ ଶନିବାର ସୁଦ୍ଧା କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ସେନେଇ ଘୋଷଣା କରିଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆକ୍ରମଣ ପାଇଁ ପ୍ରସ୍ତୁତ ହେଲଣି ଭାରତୀୟ ବାୟୁସେନା? ଆକାଶରେ ଗର୍ଜିଲା ସୁଖୋଇ Su-30, ରାଫେଲ

ନୂଆଦିଲ୍ଲୀ,୨୪।୪: ପାକିସ୍ତାନ ପ୍ରାୟୋଜିତ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ପ୍ରତିକ୍ରିୟା କଠୋର ଏବଂ ଆକ୍ରମଣାତ୍ମକ ହେବାରେ ଲାଗିଛି। ଭାରତୀୟ ବାୟୁସେନା ‘Aakraman’ ଅଭ୍ୟାସ ଆରମ୍ଭ...

ଛାତ୍ରୀଛାତ୍ର ପାଳିଲେ ଧରିତ୍ରୀ ଦିବସ: ପ୍ଲାଷ୍ଟିକମୁକ୍ତ ପରିବେଶକୁ ଗୁରୁତ୍ବ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମ ସରକାରୀ ଉଚ୍ଚ ବିଦ୍ୟାଳୟ, ରୁଚିଦାରେ ବୁଧବାର ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର...

ଜଙ୍ଗଲରେ ନିଆଁ: ଆୟତ୍ତ କଲେ ସ୍ବେଚ୍ଛାସେବୀ, ବନ କର୍ମଚାରୀ

ବରଗଡ଼,୨୪।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସହର ଉପକଣ୍ଠ ତୁରୁଙ୍ଗା – ବଗେଇବିରା ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ବୈଷ୍ଣୋଦେବୀ...

ଆସିଲା ଖୁସି ଖବର: ବଢ଼ିଲା ପୋଲିସ କର୍ମଚାରୀଙ୍କ ଭତ୍ତା

ଭୁବନେଶ୍ୱର,୨୪।୪: ପୋଲିସ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାର ପୋଲିସ କର୍ମଚାରୀଙ୍କ ଭତ୍ତା ଏବଂ ପ୍ରୋତ୍ସାହନ ରାଶିକୁ ଗୁରୁବାର ବୃଦ୍ଧି କରିଛନ୍ତି। କନଷ୍ଟେବଲଙ୍କଠାରୁ ଆରମ୍ଭ...

ନ୍ୟାସନାଲ ହେରାଲ୍ଡ ମାମଲା, ED ସ୍କାନରରେ ଗାନ୍ଧୀ ପରିବାର

ନୂଆଦିଲ୍ଲୀ,୨୪।୪: ସ୍ବାଧୀନତା ପରବର୍ତ୍ତୀ ରାଜନୈତିକ ମାନଚିତ୍ରରେ ଦୀର୍ଘ ଦିନ ଧରି ହଜି ଯାଇଥିବା ନ୍ୟାସନାଲ ହେରାଲ୍ଡ ମାମଲା ପୁଣିଥରେ ଜାତୀୟ ସ୍ତରରେ ଚର୍ଚ୍ଚାକୁ ଆସିଛି –...

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image