୨୦ରେ ଲଘୁଚାପ!

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ପଶ୍ଚିମ -ଉତ୍ତରପଶ୍ଚିମ ଦିଗରେ ମୁହାଁଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ, ଆଗାମୀ ୨ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ଅନୁକୂଳ ରହିଛ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Share