ସୁରକ୍ଷା ଗାଡି ଧକ୍କାରେ ଆହତ ହୋଇଥିବା ଛାତ୍ରୀଙ୍କୁ ସାଇକେଲ ଉପହାର ଦେଲେ ଉପମୁଖ୍ୟମନ୍ତ୍ରୀ

ଗୋପ,୨୬।୯: ବୁଧବାର ଏକ ଦୁର୍ଭାଗ୍ୟଜନକ ଘଟଣାରେ ପୁରୀ ଜିଲାର ଗୋପ ବ୍ଲକ ଅନ୍ତର୍ଗତ ସୋରିସିଆପଡା ଅଞ୍ଚଳରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ସୁରକ୍ଷାରେ ଥିବା ପୋଲିସ୍ ଭ୍ୟାନ୍ ଧକ୍କା ହେବାରୁ ଦୁଇଜଣ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ଏହି ଘଟଣାରେ ଛାତ୍ରୀ ଜଣକ ସାମାନ୍ୟ ଅଧିକ ଆହତ ହୋଇଥିବାରୁ ଉପମୁଖ୍ୟମନ୍ତ୍ରୀ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ପଠାଇଥିଲେ।

ସେଠାରେ ଚିକିତ୍ସା ହେବା ପରେ ୫ମଶ୍ରେଣୀର ଛାତ୍ରୀ ତସ୍ମିନଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ଥିବା ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହିତ ସେ ତସ୍ମିନଙ୍କ ଉଦ୍ଦେଶ୍ୟରେ ଗୋଟେ ସାଇକେଲ ତାଙ୍କ ପିତା ତୟଦ ମହମ୍ମଦଙ୍କୁ ଯୋଗାଇ ଦେଇଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ତସ୍ମିନ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ତାଙ୍କର ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

ସୂଚନାଯୋଗ୍ୟ ପ୍ରଭାତୀ ପରିଡା ତାଙ୍କ ନିର୍ବାଚନମଣ୍ଡଳୀ ନିମାପଡାକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ। ତେବେ ତାଙ୍କ ପୋଲିସ୍ ଏସକର୍ଟ ଭ୍ୟାନ୍ ସୋରିସିପଡା ଠାରେ ଦୁଇଜଣ ସ୍କୁଲ ଛାତ୍ରଙ୍କୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ଗୋପ ମହାଜନ ସାହି ନିକଟରେ ଦୁର୍ଘଟଣା ଘଟିଥିବା ଜଣା ପଡ଼ିଛି। ସାଇକେଲ ଯୋଗେ ସ୍କୁଲ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ...

ସ୍ବୀକୃତି ନୁହେଁ, କୃତି ପଛରେ ଦୌଡ଼ିଲେ ସଫଳତା ମିଳେ ଯୁବ ଲେଖକ ସମ୍ମିଳନୀ

ନୂଆପଡ଼ା,୧୨ା୪ (ମକାରୁ ବେମାଲ)-ସ୍ଥାନୀୟ ନ୍ୟାଶନାଲ କଲେଜଠାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଜିଲାସ୍ତରୀୟ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାସ...

ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର

ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁଶନ କନ୍‌ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪...

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି...

ଶିକୁଳାରେ ଟିକିନା ମହାପାତ୍ର ହତ୍ୟା ମାମଲା: ୨ଜଣଙ୍କୁ ବାନ୍ଧିଲା ପୋଲିସ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଗତମାସ ୨୮ତାରିଖ ରାତିରେ ଟିକିନା ଓରଫ ଦୁଷ୍ମନ୍ତ ମହାପାତ୍ରଙ୍କୁ ବୀଭତ୍ସ ଭାବେ ହାଣି...

ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ...

ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି

ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍‌ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image