ସୁଲୋଚନାଙ୍କୁ କଡ଼ା କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଲେ ଆଗାମୀ ଦିନରେ ଲକ୍ଷପତି ଦିଦିରେ…

ଭୁବନେଶ୍ୱର,୭ା୯: ସ୍ଥାନୀୟ ଗାନ୍ଧୀମାର୍ଗରେ ଶନିବାର ‘ସୁଭଦ୍ରା’ ସଚେତନତା ରଥର ଶୁଭ ଉଦ୍‌ଘାଟନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝି ଏହାର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମିଲ ହୋଇ କହିଥିଲେ, ଶେଷ ହିତାଧିକାରୀ ପର୍ଯ୍ୟନ୍ତ ସୁଭଦ୍ରା ପଞ୍ଜୀକରଣ ଚାଲିବ। ଧୈର୍ଯ୍ୟ ରଖନ୍ତୁ, ଖୁବ୍‌ଶୀଘ୍ର ସୁଭଦ୍ରା ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚିବ। ଏହାର କୌଣସି ସୀମା ନାହିଁ, ଶେଷ ହିତାଧିକାରୀ ଯାଏ ପଞ୍ଜୀକରଣ ଚାଲିବ। ଏଥିପାଇଁ ଗହଳି ନ କରି ଅପେକ୍ଷା କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ଏବଂ ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ରାଜ୍ୟର ୧ କୋଟିରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆପଣମାନେ ରାତି ଅନିଦ୍ରା ନ ହୋଇ ଗହଳି ନ କରି ଅପେକ୍ଷା କରନ୍ତୁ। ସୁଭଦ୍ରା ସଚେତନତା ରଥ ଆସନ୍ତା ୧୬ ତାରିଖ ଯାଏ ବୁଲି ସଚେତନତା ସୃଷ୍ଟି କରିବ। ରାଜ୍ୟବ୍ୟାପୀ ଗାଁଠୁ ସହର ପର୍ଯ୍ୟନ୍ତ ଏହି ସଚେତନତା ରଥ ବୁଲିବ। ବର୍ଷକୁ ୨ଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ମିଳିବ। ଏହା ୫ ବର୍ଷରେ ୫୦ ହଜାର ଟଙ୍କା ପ୍ରତ୍ୟେକ ହିତାଧିକାରୀଙ୍କୁ ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ଏହି କାର୍ଯ୍ୟକ୍ରମକୁ ନେଇ ମେୟର ସୁଲୋଚନା ଦାସ କଡ଼ା ଟିପ୍ପଣୀ ଦେଇଛନ୍ତି। ଶ୍ରୀମତୀ ଦାସ ରାଜ୍ୟ ସରକାରଙ୍କୁ ସମାଲୋଚନା କରି କହିଛନ୍ତି, ୫ ହଜାର ଟଙ୍କାରେ ମହିଳା ଆତ୍ମନିର୍ଭରଶୀଳ ହେବା ସମ୍ଭବ ନୁହେଁ।

ଅନ୍ୟପକ୍ଷରେ ସୁଲୋଚନାଙ୍କ ଏହି କଥାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ଏଥିରେ ବଡ଼ ଶିଳ୍ପ କରିପାରିବେନି, କିନ୍ତୁ ମହିଳାଙ୍କ ସାହସ ବଢ଼ିବ। ଆଗାମୀ ଦିନରେ ଲକ୍ଷପତି ଦିଦିରେ ଓଡ଼ିଶା ଏକ ନମ୍ବର ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ବର୍ଷରେ ଏକ କୋଟି ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବେ ସରକାର: ଏମ୍‌ଏସ୍‌ପି ୩୧୦୦ ଟଙ୍କାରେ ଧାନ ବିକିବେ ଚାଷୀ

ଭୁବନେଶ୍ୱର,୧୮ା୯: ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା...

Featured Video Play Icon

ଭରତପୁର ଘଟଣା, ଜାମିନ ପରେ ମୁହଁ ଖୋଲିଲେ…

ଭରତପୁର ଆର୍ମି ପୋଲିସ ଘଟଣା । ଗିରଫ ଯୁବତୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ । ଜାମିନ ମିଳିବା ପରେ ମୁହଁ ଖୋଲିଲେ ଯୁବତୀଙ୍କ ବାପା...

ନାବାଳିକାକୁ ଗର୍ଭବତୀ କରି ହତ୍ୟା ଉଦ୍ୟମ ଅଭିଯୋଗ: ଘଟଣାର ଆଠ ଦିନ ପରେ ବି ପୋଲିସ ନିଷ୍କ୍ରିୟ

ବଣାଇଁ,୧୮ା୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅଞ୍ଚଳରେ ଆଠ ଦିନ ତଳେ ଘଟିଥିବା ଏକ ଚାଞ୍ଚଲ୍ୟକର ଘଟଣା ବୁଧବାର ଲୋକଲୋଚନକୁ ଆସିଛି। ଘଟଣା ଚର୍ଚ୍ଚାର...

ରତ୍ନଭଣ୍ଡାର ଯାଞ୍ଚ କରି ଫେରିବା ପରେ ଏହି ବଡ଼ ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସକ, କହିଲେ ଆଗକୁ …

ପୁରୀ,୧୮ା୯: ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୁଧବାର ଲେଜର ସ୍କାନିଂ ହୋଇଛି। ଏଏସ୍‌ଆଇ ଏଡିଜି ଜାନ ଭିଜ ଶର୍ମାଙ୍କ ନେତୃତ୍ୱରେ ଆଜି ୧୭ ଜଣିଆ ଟିମ୍‌ ଯାଞ୍ଚ କରିବା...

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଆସନ୍ତା ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି: ଜାଣନ୍ତୁ କିପରି କରିବେ ଅନ୍‌ଲାଇନ୍‌ ପଞ୍ଜୀକରଣ

ନୂଆଦିଲ୍ଲୀ,୧୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍‌-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri