‘ବ୍ୟାଙ୍କରୁ ସୁଭଦ୍ରା ଟଙ୍କା ନ ଉଠାଇଲେ ସରକାର…’, ଜାଣନ୍ତୁ କ’ଣ କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ସୁଭଦ୍ରାକୁ ନେଇ ଭ୍ରମିତ ନହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ କହିଛନ୍ତି, ସୁଭଦ୍ରାକୁ ନେଇ ଅନେକ ଗୁଜବ ସୃଷ୍ଟି କରାଯାଉଛି, ଭ୍ରମିତ ହୁଅନ୍ତୁନି। ବ୍ୟାଙ୍କରୁ ଟଙ୍କା ନ ଉଠାଇଲେ ସରକାର ନେଇଯିବା ନେଇ ଗୁଜବ କରାଯାଉଛି। ବାସ୍ତବରେ ସେଭଳି କିଛି ନାହିଁ, ଏଭଳି ମିଥ୍ୟା ପ୍ରଚାର ଶୁଣନ୍ତୁନି। ଯେଉଁମାନେ ଟଙ୍କା ପାଇଛନ୍ତି, ସେ ଟଙ୍କା ତାଙ୍କର, ଖର୍ଚ୍ଚ କରିପାରିବେ। ଡିଜିଟାଲ ମୋଡରେ ଖର୍ଚ୍ଚକରି ଅଧିକ ୫୦୦ ଟଙ୍କା ଲାଭବାନ ହୁଅନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

ଅନ୍ୟପଟେ ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇ କହିଥିଲେ, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ସୁଭଦ୍ରା ସହାୟତା ମିଳିବ ବୋଲି କୁହାଯାଉଥିଲା। ତାହା ହୋଇଛି। ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ। ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ର୍ନିଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

ଭରତପୁର ଥାନାରେ ମେଜର, ବାନ୍ଧବୀଙ୍କୁ ମାଡ଼ ଘଟଣା; ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ବୟାନ

କେନ୍ଦୁଝର,୧୯।୯: ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭନ୍ସ ସିଂଙ୍କ ଉପରେ ଆକ୍ରମଣ ତଥା ଭାରତପୁର ପୋଲିସ ଷ୍ଟେସନରେ ତାଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ମାମଲାରେ...

ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ: ଦୈନିକ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୦।୯: ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ଏ.ଏସ୍‌.ଆଇ ପକ୍ଷରୁ ଶନିବାରଠାରୁ ସୋମବାର ପର୍ଯ୍ୟନ୍ତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରାଯିବ। ଏହି ସମୟରେ ଅପରାହ୍ନ ୨ଟାଠାରୁ...

ମହାପ୍ରଭୁ ଜଗନ୍ନାଥଙ୍କ ମୂର୍ତ୍ତି କିଣି ଅନଲାଇନ୍ ପେମେଣ୍ଟ୍ କଲେ ପ୍ରଧାନମନ୍ତ୍ରୀ; କହିଲେ ବଡ଼ କଥା

ଭୁବନେଶ୍ୱର,୨୦।୯: ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦିନ ମହାରାଷ୍ଟ୍ରର ୱାର୍ଦ୍ଧା ଗସ୍ତ ୧ ଲକ୍ଷ ହିତାଧିକାରୀଙ୍କୁ...

ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆରମ୍ଭ ହେବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା; ୨୩ରୁ ବର୍ଷା ପରିମାଣ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର,୨୦।୯: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦେଶରୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଦେଶର ଉତ୍ତର ପଶ୍ଚିମ ଭାଗରୁ ପ୍ରଥମେ ଆସନ୍ତା...

ଓଡ଼ିଶା ପୁଣିଥରେ ଦେଖିବ ସରକାର ପରିବର୍ତ୍ତନ; କ୍ଷମତାକୁ ଆସିବ କଂଗ୍ରେସ: ସୋଫିଆ ଫିର୍ଦୋସ୍

ଭୁବନେଶ୍ୱର,୨୦।୯: ଓଡ଼ିଶାରେ ୨୪ ବର୍ଷରୁ ଅଧିକ ସମୟ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ସରକାର ରହିବା ପରେ ସରକାର ପରିବର୍ତ୍ତନ ହୋଇଛି।ରାଜ୍ୟର ନୂତନ ସରକାର...

ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… 

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ...

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri