ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ୍

ଭୁବନେଶ୍ୱର,୩।୧: ଆଳୁ ଯୋଗାଣକୁ ନେଇ ପଡ଼ୋଶୀ ପଶ୍ଚିମବଙ୍ଗ ସରକାରଙ୍କୁ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ”ଓଡ଼ିଶାକୁ ଏକ ପ୍ରକାର ବ୍ଲାକମେଲ୍ କରୁଥିଲା ଆମ ପଡ଼ୋଶୀ ରାଜ୍ୟ, ପଶ୍ଚିମବଙ୍ଗ ଆଳୁ ଟ୍ରକ୍‌କୁ ବର୍ଡରରେ ଅଟକାଇ ଦେଉଥିଲା। ତେଣୁ ଆମେ ନିଷ୍ପତ୍ତି ନେଇଛୁ, ମମତା ଦିଦିଙ୍କୁ ବ୍ଲାକମେଲ୍ କରିବାକୁ ଦେବୁନି।

ପଶ୍ଚିମବଙ୍ଗର ଆଳୁ ଉପରେ ମନମାନିକୁ ଦେଖି ଆମେ ରାଜ୍ୟରେ ଚାଷୀମାନଙ୍କୁ ଉନ୍ନତ ମାନର ଆଳୁ ବିହନ ଯୋଗାଇ ଦେଇଛୁ । ରାଜ୍ୟରେ ୫୮ଟି ଶୀତଳଭଣ୍ଡାର ପ୍ରତିଷ୍ଠା କରାଯିବ । ରାଜ୍ୟର କୃଷକ ମାନଙ୍କୁ କେବଳ ଧାନ ଉପରେ ନିର୍ଭର ନକରି ନୂଆ ଟେକନିକ୍ ପ୍ରୟୋଗରେ ଅନ୍ୟାନ୍ୟ ଫସଲ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।”

ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଳୁ ଚାଷ ଉପରେ ଆଲୋକପାତ କରି ସେ କହିଥିଲେ, ରାଜ୍ୟରେ ଆଳୁ ଚାଷକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର । ଚଳିତ ରବି ଋତୁରେ ୧.୮୦ ଲକ୍ଷ ଚାଷୀଙ୍କୁ ରିହାତି ଦରରେ ୧.୬୦ ଲକ୍ଷ କ୍ଵିଣ୍ଟାଲ ପ୍ରାମାଣିକ ଆଳୁ ବିହନ ଯୋଗାଇ ଦିଆଯାଇଛି । ଏହା ବିଗତ ବର୍ଷଠାରୁ ୩ ଗୁଣ ଅଧିକ । ଚଳିତ ବର୍ଷ ୨.୪ ଲକ୍ଷ ମେଟ୍ରିକ ଟନ ଆଳୁ ଉତ୍ପାଦନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।

କଳାହାଣ୍ଡିର ସବ୍‌ଜି କ୍ରାନ୍ତି ଉପରେ ଆଲୋକପାତ କରି ସେ କହିଲେ ଯେ, ନିକଟରେ ମାନ୍ୟବର ପ୍ରଧାନମନ୍ତ୍ରୀ ତାଙ୍କର ଲୋକପ୍ରିୟ “ମନ୍ କୀ ବାତ୍” କାର୍ଯ୍ୟକ୍ରମରେ କଳାହାଣ୍ଡିର ସବ୍‌ଜି କ୍ରାନ୍ତି ଉପରେ ଆଲୋଚନା କରି ଖୁବ୍ ପ୍ରଶଂସା କରିଥିଲେ। କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକରେ ଥିବା ଏକ କୃଷକ ଉତ୍ପାଦକ ଗୋଷ୍ଠୀ ଟମାଟୋ, କଲରା ଇତ୍ୟାଦି ଚାଷରୁ ବାର୍ଷିକ ଦେଢ କୋଟି ଟଙ୍କାର କାରବାର କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି କୃଷକ ଉତ୍ପାଦକ ଗୋଷ୍ଠୀ ଓ ଏଥିରେ ଜଡ଼ିତ ଥିବା ୨୦୦ ରୁ ଅଧିକା ଚାଷୀ ଏବଂ ୪୫ ଜଣ ମହିଳା ଚାଷୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri