ଧାନ କିଣାକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ: କଟନୀଛଟନୀ ବନ୍ଦ, ୪୮ ଘଣ୍ଟାରେ ଖାତାକୁ ଯିବ ଟଙ୍କା

ଭୁବନେଶ୍ୱର,୨୭ା୯: ଲୋକସେବା ଭବନର କନଭେନସନ ହଲରେ ଶୁକ୍ରବାର ଆୟୋଜିତ ଜିଲ୍ଲାପାଳ ସମ୍ମିଳନୀରେ ଯୋଗଦେଇ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଧାନ ସଂଗ୍ରହ କାର୍ଯ୍ୟକୁ ସରଳ ଓ ତ୍ୱରାନ୍ୱିତ କରିବା ନିମନ୍ତେ ପରାମର୍ଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସେ କହିଥିଲେ ଯେ, ଯେଉଁ ଜିଲ୍ଲାର ମଣ୍ଡିଗୁଡିକରେ କୌଣସି କାରଣ ବଶତଃ ଧାନ ସଂଗ୍ରହ ହୋଇପାରୁନାହିଁ, ସେହି କ୍ଷେତ୍ରରେ ନିକଟତମ ଜିଲ୍ଲାର ମଣ୍ଡିରେ ଚାଷୀମାନେ ନିଜର ଧାନକୁ ବିକ୍ରି କରିପାରିବେ ।

ସଂଗୃହିତ ଧାନର ଅନଲାଇନ ପଞ୍ଜୀକରଣ ହେବ ଆବଶ୍ୟକ । ଧାନ ନେଇ ଯାଉଥିବା ଗାଡି ଗୁଡିକର ଜିପିଏସ ଟ୍ରାକିଂ କରାଯିବ । ଯେପରିକି ଏଥିରେ କୌଣସି ଟାମ୍ପରିଂନ ହେବ । ମିଲରମାନଙ୍କ ତରଫରୁ ଚାଷୀଙ୍କୁ ଝୋଟ ବସ୍ତା ଓ ସୁତୁଲି ଯୋଗାଇଦିଆଯିବ । ଗଚ୍ଛିତ ଫସଲର ସୁରକ୍ଷା ପାଇଁ ୫୮ଟି ଶୀତଳ ଭଣ୍ଡାର ରାଜ୍ୟରେ ଖୁବ ଶୀଘ୍ର ଖୋଲାଯିବ । ରାଜ୍ୟର ଚାଷୀମାନେ କେବଳ ଗୋଟିଏ ଫସଲ ଉପରେ ନିର୍ଭର ନ କରି ଏକାଧିକ ଫସଲ ଜୈବିକ ଉପାୟରେ କରିବା ପାଇଁ ମନ୍ତ୍ରୀ ଶ୍ରୀ ସିଂହଦେଓ ଗୁରୁତ୍ୱ ଦେଇଛନ୍ତି ।

ଚାଷୀଙ୍କ ହିତକୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏଗ୍ରି ଷ୍ଟାକ (AGRI STACK) ଆପ ସୃଷ୍ଟି କରାଯାଇଛି । ଏଥିରେ ଚାଷୀ ଓ ଚାଷ ଜମିର ପଞ୍ଜୀକରଣ ତଥ୍ୟ ସମସ୍ତଙ୍କ ପାଇଁ ଉପଲବ୍ଧ ହେବ । ଜମିପଟ୍ଟା (RoR) ଥିବା ସମସ୍ତ ଚାଷଜମିର ମାଲିକ ଏଥିରେ ପଞ୍ଜୀକରଣ କରିପାରିବେ । ସରକାରଙ୍କ ତରଫରୁ ଡିଜିଟାଲ ଫସଲ ସର୍ବେକ୍ଷଣ ଦ୍ଵାରା ମଧ୍ୟ ଚାଷୀଙ୍କ ତଥ୍ୟ ସଂଗ୍ରହ କରାଯାଇ ଏଥିରେ ଉପଲବ୍ଧ କରାଯିବ ।

ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଧାନ ସଂଗ୍ରହ ବେଳେ କଟନୀ-ଛଟନୀରେ ପୂର୍ଣ୍ଣଚ୍ଛେଦ ଟାଣିବା ପାଇଁ ଦୃଢ ତଦାରଖ ବ୍ୟବସ୍ଥା ଗ୍ରହଣ କରିବାକୁ ଗୁରୁତ୍ଵାରୋପ କରିଥିଲେ । ମନ୍ତ୍ରୀ ସାମନ୍ତ କହିଥିଲେ ଯେ , ଧାନ ସଂଗ୍ରହ କେନ୍ଦ୍ରର ଭିତ୍ତିଭୂମିରେ ବ୍ୟାପକ ରୂପାନ୍ତର ଆସିବ । ଶତପ୍ରତିଶତ ସିସିଟିଭି ତଦାରଖ ବ୍ୟବସ୍ଥା ସହ ସ୍ଵଚ୍ଛ ପାନୀୟ ଜଳ, ଶୌଚାଳୟ, ଆବଶ୍ୟକୀୟ ଆଲୋକ, ପିଣ୍ଡି ଉପରେ ଛାତ, ବିଶ୍ରାମ ଗୃହ ଆଦି ମୌଳିକ ସୁବିଧା ସୁନିଶ୍ଚିତ କରାଯିବ । କୃତ୍ରିମ ବୁଦ୍ଧିମତାର ପ୍ରୟୋଗରେ ସ୍ଵୟଂ ଚାଳିତ ଯନ୍ତ୍ର ମାଧ୍ୟମରେ ଧାନର ଓଜନ କରାଯିବ । ଫଳରେ ଚାଷୀ ତାର ଉପଯୁକ୍ତ ପାଉଣା ପାଇବ ବୋଲି ମନ୍ତ୍ରୀ କହିଥିଲେ ।

ଚାଷୀମାନଙ୍କ ମଙ୍ଗଳତଥା ସହଜ ଓ ସୁବିଧାରେ ଧାନ ସଂଗ୍ରହ ପାଇଁ ସମବାୟ ବିଭାଗ ପକ୍ଷରୁ ଗ୍ରହଣ କରାଯାଇଥିବା ବ୍ୟାପକ ପଦକ୍ଷେପ ସମ୍ପର୍କରେ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ତଥ୍ୟ ଉପସ୍ଥାପନ କରିଥିଲେ । ଜଣେ ନୋଡାଲ ଅଧିକାରୀ ଓ ସୁପରଭାଜରଙ୍କପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରତ୍ୟେକମଣ୍ଡି ପରିଚାଳିତ ହେବ । ଚାଷୀଙ୍କୁ ତାଙ୍କର ପ୍ରାପ୍ୟ ମୂଲ୍ୟ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କାରୁ ବଞ୍ଚିତ କରୁଥିବାମିଲର, ଦଲାଲ କିମ୍ବା ମଧ୍ୟସ୍ଥିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗୀୟ ମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂଗୃହିତ ଧାନର ସଂରକ୍ଷଣ ପାଇଁ ଆବଶ୍ୟକୀୟ ଗୋଦାମ ଗୃହ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । କ୍ଷୁଦ୍ର, ମଧ୍ୟମ ଓ ବୃହତ ବର୍ଗରେ ରାଜ୍ୟରେ ସର୍ବମୋଟ ୪୦୦୬ଟି ମଣ୍ଡିରେଖରିଫ ଋତୁ ପାଇଁ ଧାନ ସଂଗ୍ରହ କରାଯିବ ।

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଜିଲାପାଳ ସମ୍ମିଳନୀକୁ ସମ୍ବୋଧିତ କରି ଚାଷୀମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରାଖି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି କରିଥିଲେ । ମନ୍ତ୍ରୀ ପାତ୍ର ଆହୁରି ମଧ୍ୟ କହିଲେ ଯେ , ଆସନ୍ତା ଦୁଇ ମାସ ମଧ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ । ଧାନ କିଣା ପ୍ରକ୍ରିୟାରେ କୌଣସି ମଧ୍ୟସ୍ଥି କିମ୍ବା କଟଣି-ଛଟଣୀକୁ ବରଦାସ୍ତ କରାଯିବ ନାହିଁ ବୋଲି ମନ୍ତ୍ରୀ ମଧ୍ୟ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଚାଷୀ ମାନଙ୍କ ଠାରୁ ଏଫଏକ୍ୟୁ ଧାନ କ୍ୱିଣ୍ଟାଲ ପିଛା ୩୧ ଶହ ଟଙ୍କାରେ ସଂଗ୍ରହ କରିବା ସହ ସେମାନଙ୍କ ବ୍ୟାଙ୍କ ଖାତାକୁ ୪୮ ଘଣ୍ଟା ମଧ୍ୟରେ ଡିବିଟି ମାଧ୍ୟମରେ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଏଥିପ୍ରତି ଜିଲ୍ଲାପାଳ ମାନେ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସେ ପରାମର୍ଶ ଦେଇଥିଲେ । ନୂତନ ଭାବେ ଆବେଦନ କରିଥିବା ମିଲର ମାନଙ୍କୁ ପ୍ରୋତ୍ସାହିତ କରିବା ସହ ମଣ୍ଡିକୁ ଆସୁଥିବା ପ୍ରତ୍ୟେକ ଚାଷୀ ଯେପରି ସୁଖଦ ଅନୁଭବ ନେଇ ଯିବେ ଏଥିପ୍ରତି ଯତ୍ନବାନ ହେବାକୁ ମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ କହିଥିଲେ । ଆବଶ୍ୟକସ୍ଥଳେ ବଳକା ଧାନକୁ ମୁକ୍ତ ବିକ୍ରୟ ପ୍ରକ୍ରିୟା ମାଧ୍ୟମରେ ବଜାରରେ ବିକ୍ରୟ କରିବା ନେଇ ପାତ୍ର ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’

ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri