Posted inଜାତୀୟ

ମୁଁ ଇସ୍ତଫା ଦେଇଦେବି, କାହିଁକି ଏମିତି କହିଲେ ଦେବେନ୍ଦ୍ର ଫଡନ୍‌ଭିସ

ମୁମ୍ବାଇ,୧୯।୮: ବିଧାନସଭା ନିର୍ବାଚନ ପୂର୍ବରୁ ମରାଠା ସଂରକ୍ଷଣ ପ୍ରସଙ୍ଗ ପୁଣି ଥରେ ତୀବ୍ର ହୋଇଛି। ସଂରକ୍ଷଣ ପାଇଁ ଆନ୍ଦୋଳନ କରୁଥିବା ମନୋଜ ଜାରଙ୍ଗେ ପାଟିଲ ମରାଠା ସମ୍ପ୍ରଦାୟକୁ ଓବିସିରୁ ସଂରକ୍ଷଣ ପ୍ରଦାନ କରାଯିବାକୁ ଦାବି କରିଛନ୍ତି। ତେବେ ଉପମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନ୍‌ଭିସଙ୍କୁ ସରକାରଙ୍କ ପ୍ରତିଶ୍ରୁତି ପାଳନ କରୁନାହାନ୍ତି ବୋଲି ମନୋଜ ଜାରଙ୍ଗେ ଲଗାତାର ଅଭିଯୋଗ କରୁଛନ୍ତି। ଏହା ଉପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏକ ବିବୃତ୍ତି ଦେଇ କହିଛନ୍ତି, ମନୋଜ ଜାରଙ୍ଗେ ବର୍ତ୍ତମାନ ଶିନ୍ଦେ ସାହେବଙ୍କୁ ପଚାରିବା ଉଚିତ୍‌ ଏବଂ ଯଦି ଶିନ୍ଦେ ସାହେବଙ୍କୁ ମରାଠା ସଂରକ୍ଷଣ ପାଇଁ କୌଣସି ନିଷ୍ପତ୍ତି ନେବାରୁୁ ଯଦି ମୁଁ ଅଟକାଇଥିବି, ତେବେ ମୁଁ ତୁରନ୍ତ ଇସ୍ତଫା ଦେଇଦେବି ଏବଂ ରାଜନୀତିରୁ ଅବସର ନେଇଯିବି। ଯାହାକୁ ନେଇ ଏବେ ଏକ ଆଲୋଡ଼ନ ସୃଷ୍ଟି କରିଛି। ଏହା ପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ନିଜେ ପ୍ରତିକ୍ରିୟା ଦେଇଛନ୍ତି।

ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସଙ୍କ ରାଜନୀତିରୁ ଅବସର ନେବା ବୟାନ ଉପରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମରାଠା ସଂରକ୍ଷଣ ଉପରେ ଫଡନ୍‌ଭିସଙ୍କ ବିବୃତ୍ତି ସତ୍ୟ ଅଟେ। ଆମେ ତିନିଜଣ ଏକାଠି ବସି ସଂରକ୍ଷଣ ବିଷୟରେ ଆଲୋଚନା କଲୁ। ପ୍ରତ୍ୟେକ ବୈଠକରେ ଦେବେନ୍ଦ୍ର ଫଡନ୍‌ଭିସ ଉପସ୍ଥିତ ଥିଲେ। ମରାଠା ସମ୍ପ୍ରଦାୟକୁ ସଂରକ୍ଷଣ ଦେବାରେ ସେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ବିରୋଧୀ ଦଳ ଏହାକୁ ବିରୋଧ କରିଥିଲେ। ସେମାନେ ସହଯୋଗ କରିବା ଉଚିତ୍‌। ଦେବେନ୍ଦ୍ର ଫଡନ୍‌ଭିସ ମରାଠା ସମ୍ପ୍ରଦାୟ ପାଇଁ ସଂରକ୍ଷଣକୁ କେବେ ବିରୋଧ କରିନଥିଲେ। ଏହି ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri