ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଉପବାଚସ୍ପତି

ଭୁବନେଶ୍ୱର, ୧୧ା୪(ସୁନିତ୍‌ ମିଶ୍ର): ବର୍ତ୍ତମାନ ସମୟରେ ଓଡ଼ିଶାର ସୁନ୍ଦରଗଡ ଜିଲା ହେମଗିର ବ୍ଲକ ଓ କୋଇଡା ଅଞ୍ଚଳରେ ବ୍ୟାପକ ଭାବେ ଅବୈଧ କୋଇଲା, ଆଇରନ ଏବଂ ମାଙ୍ଗାନିଜ ଖନନ ଚାଲିଛି। ଉପରୋକ୍ତ ଜଙ୍ଗଲ ଅଞ୍ଚଳରେ ଏହି କାର୍ଯ୍ୟକଳାପ ହେଉଥିବାରୁ ପରିବେଶ, ଜନଜୀବନ ଏବଂ ସ୍ଥାନୀୟ ବାସିନ୍ଦାଙ୍କ ପ୍ରତି ମହାବିପଦ ସୃଷ୍ଟି ହୋଇଛି। ଖଣି ମାଫିଆମାନେ ଭାରି ଯନ୍ତ୍ରପାତି ସହିତ ଅବୈଧ ଖନନ କରୁଛନ୍ତି। ରାଜ୍ୟର ବିଭିନ୍ନ ଅଞ୍ଚଳ ସହ ପଡ଼ୋଶୀ ରାଜ୍ୟକୁ ମଧ୍ୟ ଚୋରା ଚାଲଣ ହେଉଛି। ବହୁ ସ୍ଥାନରେ ଜିଲା ପ୍ରଶାସନ, ଜଙ୍ଗଲ ବିଭାଗ, ଜିଲା ଖଣି ଅଧିକାରୀ ଦାୟିତ୍ୱରେ ଥିବା ବିଭାଗର ଅନ୍ୟ କର୍ମଚାରୀଙ୍କ ଅଭିଜ୍ଞତାର ଅଭାବ କିମ୍ବା ସହଯୋଗ ହୀନତା ଦେଖିବାକୁ ମିଳୁଛି ବୋଲି ରାଜ୍ୟ ବିଧାନସଭାର ଉପବାଚସ୍ପତି ଭବାନୀ ଶଙ୍କର ଭୋଇ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗତ ୮ ତାରିଖରେ ଉପବାଚସ୍ପତି ଏନେଇ ଏକ ଚିଠି ଲେଖି ସେଥିରେ ଉଲ୍ଲେଖ କରିଛନ୍ତି, ବଣାଇ ଉପଖଣ୍ଡର ମୂଷାପୋଷ ପଥର ଖଣି ମଧ୍ୟ ଲୁଟ ହେଉଛି। ଏହିସବୁ ଘଟଣା ଜିଲା ପ୍ରଶାସନର ଦୁର୍ବଳତା ଦର୍ଶାଉଛି। ଅବୈଧ ଖଣି ଖନନ ବିରୋଧରେ ତୁରନ୍ତ ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ କରାଯାଉ। ଅଭିଯୁକ୍ତ ମାଫିଆ ଓ ସହୟୋଗ କରୁଥିବା କର୍ମଚାରୀଙ୍କ ବିରୋଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଅବୈଧ ଖଣି ଖନନ ରୋକିବାକୁ ଏକ ବିଶେଷ ଟାକ୍ସଫୋର୍ସ ଗଠନ କରାଯାଉ। ଜଙ୍ଗଲ ଓ ପରିବେଶ ସୁରକ୍ଷା ପାଇଁ ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗ ଜନସଚେତନତା ଅଭିଯାନ ଆରମ୍ଭ ହେଉ। ରାଜ୍ୟର ସମସ୍ତ ବର୍ଡର ଅଞ୍ଚଳରେ ଜୋର୍‌ଦାର ଚେକିଂ କରାଯାଉ। ଏହା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ବୋଲି ଆଶା କରୁଥିବା ଉପବାଚସ୍ପତି ତାଙ୍କ ଚିଠିରେ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri