Categories: ଖେଳ

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯ ରନରେ ପରାସ୍ତ କରିଛି। ଏଥି ସହିତ ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ପହଞ୍ଚିଛି। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ୭ଟି ମ୍ୟାଚରେ ୬ ପଏଣ୍ଟ ପାଇଛି । ତେବେ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ବିଜୟ ସତ୍ତ୍ୱେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମନ୍ଥର ଓଭର ରେଟ୍‌ ହେତୁ ୧୨ ଲକ୍ଷ ଟଙ୍କା ଜୋରିମନା କରାଯାଇଛି।
ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ ବୋଲରମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜର ଓଭର ଶେଷ କରିପାରି ନ ଥିଲେ। ଏହା ପରେ ଦୋଷ ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ପଡିଛି। ବର୍ତ୍ତମାନ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ୧୨ ଲକ୍ଷ ଟଙ୍କା ଜୋରିମନା ଦେବାକୁ ପଡିବ। ତେବେ ମୁମ୍ବାଇ ଇଣ୍ଡିଆନ୍ସଙ୍କ ପାଇଁ ଏହା ଏକ ଭଲ କଥା ଯେ ସେମାନେ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଜିତିବାରେ ସଫଳ ହୋଇଥିଲେ। ଏହି ବିଜୟ ପରେ ମୁମ୍ବାଇ ଇଣ୍ଡିଆନ୍ସ ସେମାନଙ୍କର ପ୍ଲେ ଅଫ ଆଶାକୁ ଜୀବନ୍ତ ରଖିଛି। ଏପର୍ଯ୍ୟନ୍ତ ମୁମ୍ବାଇ ଇଣ୍ଡିଆନ୍ସ ୩ଟି ମ୍ୟାଚ ଜିତିଛି, କିନ୍ତୁ ୪ଟି ମ୍ୟାଚରେ ପରାଜୟର ସମ୍ମୁଖୀନ ହୋଇଛି।

Share