ସୁବାସିତ ଜଳରେ ସ୍ନାନ କଲେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୧୪ା୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ ୧୦୮ ଗରା ସୁବାସିତ ଜଳରେ ସ୍ନାନ ଆରମ୍ଭ ହୋଇଛି।

ମଙ୍ଗଳବାର ଭୋର ସାଢ଼େ ୩ଟାରେ ମଙ୍ଗଳାର୍ପଣ ପରେ ୪ଟାରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ସକାଳ ସାଢେ ୬ଟା ସୁଦ୍ଧା ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ମଣ୍ଡପରେ ବିରାଜମାନ କରିଥିଲେ। ସ୍ନାନନୀତି ସମାପନ ପରେ ଛେରାପହଁରା ହେବ। ୧୨ଟା ୪୫ରୁ ୨ଟା ୩୦ ମଧ୍ୟରେ ହାତୀବେଶ କରାଯିବ। ସନ୍ଧ୍ୟା ୬ଟାରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ଚାଲିବ ସାହାଣ ମେଳା ଦର୍ଶନ। ଭକ୍ତମାନେ ବ୍ୟାରିକେଡରେ ଯାଇ ସ୍ନାନମଣ୍ଡପ ପାଖରେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ କରିପାରିବେ। ରାତି ୧୦ଟାରୁ ରାତି ଗୋଟାଏ ଭିତରେ ବାହୁଡ଼ା ପହଣ୍ଡି ପାଇଁ ସମୟ ର୍ନିଘଣ୍ଟ ହୋଇଛି।

 

Share