୧୦ରେ ‘ଦେବରା’ ଟ୍ରେଲର

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ଅଭିନେତା ଜୁନିୟର ଏନ୍‌ଟିଆର୍‌ଙ୍କ ବହୁ ପ୍ରତୀକ୍ଷିତ ‘ଦେବରା’ ଚଳଚ୍ଚିତ୍ରକୁ ନେଇ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଲାଗିରହିଛି। ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ବର୍ତ୍ତମାନ ସୁଦ୍ଧା ‘ଦେବରା’ର ଅନେକ ପୋଷ୍ଟର ଏବଂ ଗୀତ ରିଲିଜ୍‌ କରାଯାଇଛି, ଯାହାକୁ ଦେଖିବା ପରେ ଫିଲ୍ମକୁ ନେଇ ପ୍ରଶଂସକଙ୍କ ଉତ୍ସାହ ଆହୁରି ବୃଦ୍ଧି ପାଇଛି। ତେବେ ଶନିବାର ଜୁନିୟର ଏନ୍‌ଟିଆର୍‌ ତାଙ୍କ ଇନ୍‌ଷ୍ଟଗ୍ରାମ ଆଇଡିରେ‘ଦେବରା’ର ଟ୍ରେଲର ତାରିଖକୁ ପ୍ରକାଶ କରିଛନ୍ତି। ଉକ୍ତ ପୋଷ୍ଟର କ୍ୟାପ୍‌ଶନ୍‌ରେ ସେ ଲେଖିଛନ୍ତି, ସେପ୍ଟେମ୍ବର ୧୦ରେ ‘ଦେବରା’ର ଟ୍ରେଲର ପ୍ରକାଶ ପାଇବ। ଏହି ପୋଷ୍ଟରେ ଜୁନିୟର ଏନ୍‌ଟିଆର୍‌ ‘ଦେବରା’ର ଆଉ ଏକ ନୂତନ ପୋଷ୍ଟର ମଧ୍ୟ ଶେୟାର କରିଛନ୍ତି। ଉକ୍ତ ପୋଷ୍ଟରରେ ଏହି ସାଉଥ୍‌ ଅଭିନେତା ଜଣକ କଳା ପୋଷାକ ପିନ୍ଧି ସମୁଦ୍ର ମଝିରେ ଥିବା ଏକ ପଥର ଉପରେ ଠିଆ ହୋଇଥିବା ନଜରକୁ ଆସିଛନ୍ତି। ‘ଦେବରା’ ହେଉଛି ଜୁନିୟର ଏନ୍‌ଟିଆର୍‌ଙ୍କ ୩୦ତମ ଚଳଚ୍ଚିତ୍ର। ଉକ୍ତ ଫିଲ୍ମରେ ସେ ଉଭୟ ବାପା ଏବଂ ପୁଅ ଭୂମିକାରେ ଡବଲ୍‌ ରୋଲ୍‌ କରିବେ। ଏନେଇ ଖୋଦ୍‌ ଜୁନିୟର ଏନ୍‌ଟିଆର୍‌ ପୂର୍ବରୁ ଘୋଷଣା କରି ସାରିଛନ୍ତି। ଏହି ଫିଲ୍ମ ସହ ଅଭିନେତ୍ରୀ ଜାହ୍ନବୀ କପୁର ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ନିଜର ଡେବ୍ୟୁ କରିବାକୁ ଯାଉଛନ୍ତି। ଫିଲ୍ମରେ ପ୍ରଥମ ଥର ପାଇଁ ଜୁନିୟର ଏନ୍‌ଟିଆର୍‌ଙ୍କ ସହ ଜାହ୍ନବୀଙ୍କ କେମେଷ୍ଟ୍ରିକୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

ଟିଭି ଇଣ୍ଡଷ୍ଟ୍ରିରେ ନିୟାଙ୍କ ୧୪ ବର୍ଷ

ମୁମ୍ବାଇ: ଟେଲିଭିଜନ ଇଣ୍ଡଷ୍ଟ୍ରିରେ ନିଖୁଣ ଅଭିନୟ କରି ଲଗାତର ଭାବେ ଦର୍ଶକଙ୍କ ପ୍ରଶଂସା ସାଉଁଟି ପାରୁଥିବା ଅଭିନେତ୍ରୀମାନଙ୍କ ମଧ୍ୟରୁ ନିୟା ଶର୍ମା ଅନ୍ୟତମ। ବହୁ ସଂଘର୍ଷ...

ଇନ୍‌ଷ୍ଟାଗ୍ରାମ ବାୟୋ ପରିବର୍ତ୍ତନ କଲେ ଦୀପିକା, ପୋଷ୍ଟରେ ଲେଖିଲେ ଏମିତି…

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଛି। ସେପ୍ଟେମ୍ବର ୮ରେ ଦୀପିକା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ, ଯାହା ବିଷୟରେ...

ଫିଲ୍ମ ଦୁନିଆରୁ ସନ୍ୟାସ ଘୋଷଣା କଲେ ସାଉଥ ସୁପରଷ୍ଟାର ଥାଲାପତି ବିଜୟ

ମୁମ୍ବାଇ: ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଥାଲାପତି ବିଜୟ ଆଉ ଫିଲ୍ମରେ ଦେଖାଯିବେ ନାହିଁ। ଅଭିନେତା ଫିଲ୍ମରୁ ସନ୍ୟାସ ନେବାକୁ ମନସ୍ଥ କରିଛନ୍ତି। ନିଜ ପ୍ରଡକ୍ସନ...

ଓଡ଼ିଆ ସିନେମାର ୭ ଏଭର ଗ୍ରିନ୍‌ ଗୀତ ଶୁଣିଲେ ଆଜି ବି ହେବେ ଗୁଣୁଗୁଣୁ, ଜାଣନ୍ତୁ…

୧୯୬୩ରୁ ଆରମ୍ଭ ହୋଇଛି ଓଡ଼ିଆ ସିନେମା ନିର୍ମାଣର ଧାରା, ଯେଉଁ ଧାରାକୁଅଧିକ ଲୋକପ୍ରିୟ କରାଇଛି ଏହାର ଗୀତ। କିଏ ସିନେମା ଦେଖନ୍ତୁ ବା ନ ଦେଖନ୍ତୁ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri