Posted inଜାତୀୟ

ନାତି ପାଇଁ ଏଥର ଜନ୍ମଦିନ ପାଳିବେ ନାହିଁ ଦେବେଗୌଡା

ବେଙ୍ଗାଲୁରୁ,୧୬।୫: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା ଚଳିତ ବର୍ଷ ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ଗୁରୁବାର ସେ କହିଛନ୍ତି ଯେ ତାଙ୍କ ନାତି ତଥା ହାସନ ଏମପି ପ୍ରଜ୍ୱଳ ରେଭାନ୍ନା ଯୌନ ଉତ୍ପୀଡ଼ନ ଅଭିଯୋଗରେ ତଦନ୍ତର ସମ୍ମୁଖୀନ ହେଉଛନ୍ତି, ଯେଉଁଥିପାଇଁ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଦେବେଗୌଡାଙ୍କ ପୁଅ ଏଚଡି ରେଭାନ୍ନାଙ୍କ ବିରୋଧରେ ଅପହରଣ ଏବଂ ଯୌନ ଶୋଷଣର ଦୁଇଟି ମାମଲା ମଧ୍ୟ ପଞ୍ଜିକୃତ ହୋଇଛି।

ଏବେ କର୍ନାଟକ ବିଧାନ ପରିଷଦର ୬ଟି ଆସନରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ସଂଗଠନକୁ ମଜବୁତ କରିବାକୁ ପୂର୍ବତନ ପ୍ରଧାନମନ୍ତ୍ରୀ ମଧ୍ୟ ନିବେଦନ କରିଥିଲେ।
ପ୍ରଶଂସକ, ପାର୍ଟି କର୍ମୀ ଏବଂ ଶୁଭେଚ୍ଛୁମାନଙ୍କୁ ନିବେଦନ କରି ସେ କହିଛନ୍ତି ଯେ ଏହି ମାସରେ ଅର୍ଥାତ୍‌ ମେ’ ୧୮ରେ ମୁଁ ୯୧ ବର୍ଷ ଅତିକ୍ରମ କରିବି ଏବଂ ୯୨ବର୍ଷରେ ପ୍ରବେଶ କରିବି। ତଥାପି, ମୁଁ କୌଣସି କାରଣରୁ ଏହି ବର୍ଷ ମୋର ଜନ୍ମଦିନ ପାଳନ କରୁନାହିଁ। ଆପଣ ଯେଉଁଠାରେ ଅଛନ୍ତି ସେହିଠାରୁ ମୋତେ ଶୁଭେଚ୍ଛା ଜଣାଇବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି।
ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଗାମୀ ବିଧାନ ପରିଷଦ ନିର୍ବାଚନରେ ଭାଜପା-ଜେଡି (ଏସ) ପ୍ରାର୍ଥୀଙ୍କ ବିଜୟ ପାଇଁ ସମସ୍ତେ ଆନ୍ତରିକତାର ସହ କାର୍ଯ୍ୟ କରିବା ଉଚିତ। ପୂର୍ବତନ ପ୍ରଧାନମନ୍ତ୍ରୀ ମଧ୍ୟ ସମସ୍ତ କର୍ମୀଙ୍କୁ ପାର୍ଟିର ଆୟୋଜନ ପାଇଁ ପ୍ରତିବଦ୍ଧତା ସହିତ କାର୍ଯ୍ୟ କରିବାକୁ ଅନୁରୋଧ କରିଥିଲେ। ନ୍ୟୁଜ ଏଜେନ୍ସି ପିଟିଆଇ ଜେଡି (ଏସ) ସୂତ୍ରରୁ ପ୍ରକାଶ ଯେ, ୩୩ ବର୍ଷୀୟ ଏମପି ଏବଂ ତାଙ୍କ ବାପା ରେଭାନ୍ନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପରିବାରର କଠିନ ପରିସ୍ଥିତି ଯୋଗୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନ ପାଳନ ନକରିବାକୁ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri