ଜନଜାତିଙ୍କ ବିକାଶ ଲାଗି ବିଜେଡି ସମର୍ପିତ: ନବୀନ

ଭୁବନେଶ୍ୱର୧୦।୮(ଅନିଲ ଦାସ): ବିଜେଡି ପକ୍ଷରୁ ଶଙ୍ଖ ଭବନରେ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଜନଜାତି ସମ୍ପ୍ରଦାୟର ବିକାଶ ବିନା ଓଡ଼ିଶାର ବିକାଶ ସମ୍ଭବ ନୁହେଁ । ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ଏକ ଚତୁର୍ଥାଂଶ ଆଦିବାସୀ ସମ୍ପ୍ରଦାୟ। ସେମାନଙ୍କ କଲ୍ୟାଣ ଏବଂ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ଅନେକ ପଦକ୍ଷେପ ନେଇଥିଲା। କୋରାପୁଟରେ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, କଳାହାଣ୍ଡିରେ ଶହୀଦ ରେଣ୍ଡୋ ମାଝି ମେଡିକାଲ କଲେଜ, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏବଂ ରାଉରକେଲାରେ ଭଗବାନ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ବିଜେଡି ସରକାର କରିଛି । ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ବିଜେଡି ସରକାର ସ୍ପେସିଆଲ ଡେଭେଲପମେଣ୍ଟ କାଉନ୍‌ସିଲ ଗଠନ କରିଥିଲା । ଏହା ଥିଲା ସାରା ଦେଶରେ ଏକ ନୂଆ ପଦକ୍ଷେପ ା ଜଙ୍ଗଲ ଜମି ଅଧିକାର ହେଉ ବା ଶିକ୍ଷାର ପ୍ରସାର ବା ଜୀବିକାର ସୁରକ୍ଷା ବା ସାନ୍ତାଳି ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ଏସବୁ କାମ ବିଜେଡି ସରକାର ସମୟରେ ହିଁ ହୋଇଛି । ବିଜେଡି ସରକାର ୧୬୯ କମ୍ୟୁନିଟିକୁ ଜନଜାତି ସମ୍ପ୍ରଦାୟର ମାନ୍ୟତା ପ୍ରଦାନ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିକଟରେ ଲଗାତର ଦାବି କରି ଆସୁଛି ା ସେହିପରି କିଛି ଜନଜାତି ଭାଷା ଯଥା- ହୋ, ମୁଣ୍ଡାରୀ, ଭୂମିଜ, ସଉରା ଓ କୁଇ ଇତ୍ୟାଦିକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ବିଜେଡି ଦାବି କରିଆସୁଛି। ଉଭୟ ଦାବିକୁ କେନ୍ଦ୍ର ସରକାର ତୁରନ୍ତ ମାନିନେବା ଉଚିତ ବୋଲି ନବୀନ କହିଛନ୍ତି। ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି ଏହି କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇଥିବା ବେଳେ କୋରାପୁଟର ବିଜେଡି ସାଂସଦ ପ୍ରାର୍ଥୀ କୌଶଲ୍ୟା ହିକ୍‌କା, ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଓ ଅଶୋକ ପଣ୍ଡା ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ବିଜୁ ଜନତା ଦଳର ମିଡିଆ ସଂଯୋଜକ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଦେଇଥିଲେ। ପ୍ରାରମ୍ଭରେ ଭିନ୍ନ ଭିନ୍ନ ଗ୍ରୁପ ଆଦିବାସୀ ନୃତ୍ୟର ତାଳେ ତାଳେ ଅତିଥିମାନଙ୍କୁ ସ୍ବାଗତ କରିଥିଲେ।
ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଜନଜାତି ସମ୍ପ୍ରଦାୟର ଲୋକମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ବିଶ୍ୱ ଆଦିବାସୀ ଦିବସରେ ବିଜେଡିର ବହୁ ନେତା ଓ କର୍ମୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri