ଶେଷ ଯାତ୍ରାରେ ଦେବେନ୍ଦ୍ର

ଭୁବନେଶ୍ୱର,୧୮।୩: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟସରେ ସୋମବାର ପରଲୋକ ହୋଇଯାଇଛି। ମଙ୍ଗଳବାର ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର। ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେବ ଦେବେନ୍ଦ୍ରଙ୍କ ଶେଷକୃତ୍ୟ। ଏନେଇ ଭୁବନେଶ୍ବରରୁ ପୁରୀ ଅଭିମୁଖେ ବାହାରିଛି ପାର୍ଥିବ ଶରୀର। ଶେଷ ଯାତ୍ରାରେ ସାମିଲ ହୋଇଛନ୍ତି ବହୁ ମାନ୍ୟଗଣ୍ୟ ବ୍ୟକ୍ତି।

ଦେବେନ୍ଦ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ନୂଆଦିଲ୍ଲୀ ସ୍ଥିତ ଧର୍ମେନ୍ଦ୍ର ପ୍ରଧାନଙ୍କ ସରକାରୀ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତ ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ, କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କ ସମେତ ବହୁ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ।

ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି, ଦେବେନ୍ଦ୍ର ପ୍ରଧାନ ପରିଶ୍ରମୀ ଏବଂ ନମ୍ର ନେତା ଭାବେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଓ଼ଡିଶାରେ ଭାଜପାକୁ ମଜଭୁତ କରିବା ଲାଗି ସେ ଅନେକ ପ୍ରୟାସ କରିଥିଲେ।

ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ସୋମବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରଠାରେ ପହଞ୍ଚିବା ପରେ ତାଙ୍କ ଶେଷ ଦର୍ଶନ ଲାଗି ସେଠାରେ ଦଳମତ ନିର୍ବିଶେଷରେ ବିଭିନ୍ନ ଦଳର ନେତା ଏବଂ ବିଶିଷ୍ଟ ବ୍ୟକ୍ତିମାନେ ଆସି ପହଞ୍ଚି ଥିଲେ।

ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବାଚସ୍ପତି ସୁରମା ପାଢ଼ୀ ଶେଷ ଦର୍ଶନକରି ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ପରେ ବିମାନବନ୍ଦରଠାରୁ ସ୍ବର୍ଗତ ପ୍ରଧାନଙ୍କ ମରଶରୀର ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଅଣାଯାଇଥିଲା। ସେଠାରେ ଦେବେନ୍ଦ୍ରଙ୍କ ଶେଷ ଦର୍ଶନ ଲାଗି ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ସଭାପତି ମନମୋହନ ସାମଲ, ବହୁ ବିଧାୟକ ଏବଂ ବରିଷ୍ଠ ନେତାମାନେ।

ରାଜ୍ୟ କାର୍ଯ୍ୟାଳୟଠାରେ ଶେଷ ଦର୍ଶନ ସରିବା ପରେ ତାଙ୍କ ପାର୍ଥିବ ଶରୀରକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରର ପ୍ରାଚୀବିହାର ସ୍ଥିତ ବାସଭବନକୁ ଅଣାଯାଇଥିଲା। ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରଠାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବରାଷ୍ଟ୍ର ମନ୍ତ୍ରୀ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କଠାରୁ ଆରମ୍ଭ ବହୁ କେନ୍ଦ୍ରମନ୍ତ୍ରୀ ଏବଂ ବିଭିନ୍ନ ଦଳର ଏମ୍‌ପି, ଓଡ଼ିଶାର ରାଜ୍ୟପାଳ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ପ୍ରମୁଖ ଏନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

ଜେସିବିରେ ଏଟିଏମ୍‌ ତାଡିନେଲେ…

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରସ୍ଥିତ ସଦର ଥାନା ଅନ୍ତର୍ଗତ ବିଟିଏମ୍‌ ଛକରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଏଟିଏମ୍‌ ମେଶିନକୁ ଦୁର୍ବୃତ୍ତମାନେ ଜେସିବି...

ଯୁବକଙ୍କୁ ହତ୍ୟା ମାମଲା: ୫ ଅଭିଯୁକ୍ତ ଗିରଫ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମର ପିଙ୍କୁ ଓରଫ ସୁଧାଂଶୁ ପ୍ରଧାନ(୨୫)ଙ୍କୁ ପିଟିପିଟି ହତ୍ୟା ମାମଲାରେ ପୋଲିସ ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ...

ଫ୍ରିଜ୍‌ କମ୍ପ୍ରେସର ଫାଟି ଘରେ ଅଗ୍ନିକାଣ୍ଡ

ରାଉରକେଲା,୨୦।୩(ସଙ୍ଗୀତା ଜେନା): ରାଉରକେଲା ମଧୁସୂଦନପାଲୀରେ ଗୁରୁବାର ଅପରାହ୍ନରେ ଜଣେ ବ୍ୟକ୍ତିଙ୍କ ଫ୍ରିଜ କମ୍ପ୍ରେସର ଫାଟି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଘରର ଲକ୍ଷାଧିକ ଟଙ୍କାର ସମସ୍ତ ଆସବାବପତ୍ର...

୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର...

ସମବାୟ ସମିତି ବୋର୍ଡ ସଦସ୍ୟଙ୍କ ଆମରଣ ଅନଶନ: ଦାବି ଶୁଣୁନି ପ୍ରଶାସନ

ଦାରିଙ୍ଗବାଡି, ୨୦।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବୃହଦଗାର ସମବାୟ ସମିତି ଲିଃର ବୋର୍ଡ ସଦସ୍ୟ ମାନେ ବିଭିନ୍ନ ଦାବି ନେଇ ସମିତି...

ନାବାଳକ ଛାତ୍ର ମୃତ୍ୟୁ ଘଟଣାରେ ଚାଞ୍ଚଲ୍ୟକର ଖୁଲାସା: ମୋବାଇଲ ପାଇଁ…

ବରଗଡ଼, ୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ ପଣ୍ଡରିତରାଇ ଜଙ୍ଗଲ ଭିତରୁ ଗତ ସୋମବାର ନାବାଳକ ଛାତ୍ର ସମୀର ପ୍ରଧାନ(୧୪) ମୃତଦେହ ଉଦ୍ଧାର...

ଲୋକଙ୍କ ସ୍ବାର୍ଥରେ ବିଧାନସଭାରେ ୨ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଲେ ପାରଳାଖେମୁଣ୍ଡି ବିଧାୟକ

ଗଜପତି,୨୦।୩ (ଗିରିଧାରୀ ପରିଛା):ବିଧାନସଭା ବର୍ତ୍ତମାନ ଚାଲିଥିବା ବେଳେ ପ୍ରଶ୍ନ ଉତ୍ତର କାଳରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ ଲୋକଙ୍କ ସ୍ବାର୍ଥରେ ୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image