ଦେବଗଡ଼,୪ା୧୨(ଡି.ଏନ୍.ଏ.)-ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଭିନ୍ନକ୍ଷମମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି ା ଜିଲାପାଳ ସୁଧାଂଶୁ ମୋହନ ସାମଲଙ୍କ ଅନୁମୋଦନକ୍ରମେ କାଳିପଥରର ସୁମିତ୍ରା ମାଝି ଓ ସଞ୍ଜୟ କୁମାର ବେହେରା, ପରାର ହେମଲତା ବେହେରା ଓ ଦୁଃଖବନ୍ଧୁ ନାଏକ ଏବଂ ବିନୋତି ନାଏକ ଓ ଜୟନ୍ତ କୁମାର ନାଏକଙ୍କୁ ବିବାହ ପ୍ରୋସତ୍ାହନ ରାଶି ସ୍ବରୂପ ପ୍ରତି ଦମ୍ପତିଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି ା ସେହିଭଳି ଖିଲେଇ ନିବାସୀ ଲୋକନାଥ ସାହୁ ଓ ବିଶ୍ୱନାଥ ଗଡତିଆଙ୍କୁ ସେମାନଙ୍କ ଅର୍ଥନୈତିକ ବିକାଶ ନିମନ୍ତେ ବ୍ୟାଙ୍କ ଜରିଆରେ ପ୍ରତ୍ୟେକଙ୍କୁ ୧୫ହଜାର ଟଙ୍କା ଲେଖାଏଁ ଋଣ ମଞ୍ଜୁର କରାଯାଇଛି ା ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲାପାଳ ଧରମ ହାଁସଦା ଭିନ୍ନକ୍ଷମ ହିତାଧିକାରୀମାନଙ୍କୁ ସହାୟତା ରାଶି ପ୍ରଦାନ କରିଥିଲେ ା ଏହି ଅବସରରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧୀର କୁମାର ନଇ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁଜନ୍ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼
ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…
ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା...

Business Eminence Awards-2025: କଠିନ ପରିଶ୍ରମୀ ଉଦ୍ୟୋଗୀ ହେଲେ ପୁରସ୍କୃତ
ଭୁବନେଶ୍ୱର,୫।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍ନେସ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି...

ସରକାରୀ କର୍ମଚାରୀ ହୁଅ କି ଆଇଟି ଦିଅ: ସମ୍ଭ୍ରାନ୍ତ ପରିବାରର ହୋଇଥିଲେ ମିଳିବ ବୟୋ ବନ୍ଦନ କାର୍ଡ
ଭୁବନେଶ୍ୱର,୪।୫: ୭୦ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ। ପ୍ରେସମଟ୍ରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରୀ କର୍ମଚାରୀ ହୁଅନ୍ତୁ...

ପରିବାରର ପ୍ରତିଟି ସଦସ୍ୟଙ୍କୁ ମିଳିବ ଗୋଟିଏ ଲେଖାଏ ଆୟୁଷ୍ମାନ କାର୍ଡ: ସ୍ବାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର,୫।୪: ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ। ୧ କୋଟି ୩ ଲକ୍ଷ ପରିବାରକୁ ଯୋଜନାରେ ସାମିଲ କରାଯିବ। ପୂର୍ବରୁ ପ୍ରତି...

‘ଧ୍ୱଂସ ପାଦ ଦେଶରେ ବିଜେଡି; ଏମିତି ସମୟ ଆସିବ ଶଙ୍ଖ ଚିହ୍ନ ନ ଥିବ, ଓଡ଼ିଶାରୁ ହଜିଯିବ’
ଭୁବନେଶ୍ୱର,୫।୪: ଦାଣ୍ଡରେ ପଡ଼ି ହାଟରେ ଗଡ଼ିବାକୁ ଲାଗିଲାଣି ବିଜେଡି ଅନ୍ତଃକନ୍ଦଳ। ଓ୍ବକଫ୍ ବିଲ୍କୁ ନେଇ ଦଳର ଏମ୍ପି ସସ୍ମିତ ପାତ୍ରଙ୍କ ଆଭିମୁଖ୍ୟ ସ୍ପଷ୍ଟ ହେବା ପରେ...

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ
ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...