ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ

ଦେବଗଡ଼,୨ା୧(ଡି.ଏନ.ଏ)-ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ସମଗ୍ର ଦେବଗଡ଼ ଜିଲା ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ଦେବଗଡ ଜିଲାର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିକାଶ ମଞ୍ଚ ପକ୍ଷରୁ ସକାଳେ ସହରରେ ଥିବା ଉତ୍କଳମଣି ଗୋପବନ୍ଧୁ ଦାସ, ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକ, ରାଜା ବାସୁଦେବ ସୁଢଳଦେବ, ସଚ୍ଚିଦାନନ୍ଦ ତ୍ରିଭୂବନ ଦେବ ଓ ରାଣୀ ଡମ୍ବରୁଧର ପ୍ରିୟା ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ପୂର୍ବାହ୍ନରେ ସ୍ଥାନୀୟ ଚମ୍ପକେଶ୍ୱର ମନ୍ଦିର ପ୍ରାଙ୍ଗଣରେ ବିକାଶ ମଞ୍ଚର ଆବାହକ ସୁଧିର କୁମାର ବ୍ରହ୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଯୋଗଦେଇଥିଲେ। ବିକାଶ ମଞ୍ଚର ଉପଦେଷ୍ଟା ପ୍ରଫୁଲ୍ଲ ମହାପାତ୍ର, ମିତ୍ରଭାନୁ ମହାପାତ୍ର, ନବୀନ କୁମାର ପାଣି, ଜୟ ଭଗବାନ ଅଗ୍ରୱାଲା ପ୍ରମୁଖ ଉପସ୍ଥିତ ରହି ସ୍ବର୍ଗତଃ ବିଜୁ ପଟ୍ଟନାୟକ ଓ ପୂର୍ବତନ ବିଧାୟକ ପ୍ରଦୀପ୍ତ ଗଙ୍ଗଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଓ ପ୍ରଦୀପ ପ୍ରଜ୍ୱଳନ କରିବା ସହ ସେମାନଙ୍କର ବାର୍ତ୍ତା ଉପସ୍ଥାପନ କରିଥିଲେ। ଏହି ଅବସରରେ ବିଧାୟକ ପାଣିଗ୍ରାହୀ ଜିଲା ପ୍ରଶାସନ, ରାଜନେତା ଓ ଖବରଦାତାମାନେ ମିଳିମିଶି ଉଦ୍ୟମ କଲେ ଜିଲାର ବହୁବିଧ ବିକାଶ ହୋଇପାରିବ ବୋଲି ମତବ୍ୟକ୍ତ କରିବା ସହ ଜିଲାର ପ୍ରଧାନପାଟ, କୁରଡକୋଟନ ସ୍ଥଳୀକୁ ଗୁରୁତ୍ୱ ପ୍ରଦାନ ପୂର୍ବକ ପର୍ଯ୍ୟଟନ ଶିଳ୍ପର ବିକାଶ କରାଯିବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ କରୋନା ନିୟନ୍ତ୍ରଣ ନିମନ୍ତେ ଯୋଦ୍ଧା ଭାବେ କାର୍ଯ୍ୟ କରିଥିବା ଖବରଦାତାମାନଙ୍କୁ କରୋନା ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ କୁମୁଦ ଚନ୍ଦ୍ର ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ। ଏହା ପରେ ଅନାଥ ଆଶ୍ରମର ଶିଶୁଙ୍କୁ ଶୁଖାଖାଦ୍ୟ ପ୍ରଦାନ କରାଯିବା ସହ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୋଭିଡ କଟକଣା ଦୃଷ୍ଟିରୁ ଏହି ଉତ୍ସବକୁ ନିରାଡମ୍ବର ଭାବେ ପାଳନ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ଆବାସିକ କଲେଜରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ଶୋଇଥିବା ଅବସ୍ଥାରେ…

କେନ୍ଦୁଝର,୨୨।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ମାଇନିଂ ରୋଡ ସ୍ଥିତ ଗାୟତ୍ରୀ କଲେଜରେ ପଢୁଥିବା ଜଣେ ଛାତ୍ରଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଛାତ୍ରଙ୍କ...

ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ...

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image