ଭୁବନେଶ୍ୱର,୨୮।୧(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଏବର୍ଷ ମଧ୍ୟ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ମନା ହୋଇଛି। କରୋନା କଟକଣା ମଧ୍ୟରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ନୀତି ହେବ। ଏ ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର, ତ୍ରୀବେଣୀଶ୍ୱର ମହାସ୍ନାନ କଟକଣା ଭିତରେ ହେବ। ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପାଇଁ ଅନୁମତି ଦିଆଯିବ।