ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଚିଠି ମାଧ୍ୟମରେ ସମସ୍ତ ନିଯୋଗ ସମ୍ପାଦକ ଏବଂ ସଭାପତିଙ୍କୁ ଅବଗତ କରାଇଛନ୍ତି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ଗତ ୯ ତାରିଖରେ ଅନୁଷ୍ଠିତ ନୀତି ସବ୍‌କମିଟି ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ କରାଯାଇଛି। ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରି ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିର ଆସିବା ବାଞ୍ଛନୀୟ। ଏଥିନିମନ୍ତେ ନିର୍ଦ୍ଦିଷ୍ଟ କୌଣସି ପୋଷାକ ତାଲିକା ଧାର୍ଯ୍ୟ କରାଯାଇନାହିଁ। ତେବେ ପୁରୁଷମାନେ ପ୍ୟାଣ୍ଟ, ଶାର୍ଟ, ଚୁଡ଼ିଦାର ପଞ୍ଜାବୀ, ଧୋତି ଆଦି ପାରମ୍ପରିକ ପୋଷାକ ପିନ୍ଧିପାରିବେ। ସେହିପରି ମହିଳାମାନେ ଶାଢି, ସାଲଓ୍ବର କମିଜ ପରି ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ କରିବେ, ଯାହା ଏକ ଭକ୍ତିପୂର୍ଣ୍ଣ ପରିବେଶ ସୃଷ୍ଟି ସହ ଆଧ୍ୟାତ୍ମିକ ସମର୍ପଣ ମନୋଭାବ ସଞ୍ଚରଣ କରିବ। ସେବାୟତମାନେ କେଉଁ ଅନାଦି କାଳରୁ ଶ୍ରୀଜଗନ୍ନାଥ ସଂସ୍କୃତି ଓ ମହିମାର ପ୍ରଚାର ପ୍ରସାର କରିଆସୁଛନ୍ତି। ଦୂରାଗତ ଭକ୍ତମାନେ ସେବାୟତଙ୍କ ସହଯୋଗରେ ମହାପ୍ରଭୁଙ୍କ ଦର୍ଶନର ସୁଯୋଗ ପାଇଥାନ୍ତି। ତେଣୁ ବାହାରୁ ଆସୁଥିବା ଭକ୍ତଙ୍କୁ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନେଇ ପ୍ରଶିକ୍ଷିତ ଓ ସଚେତନ କରିବା ପାଇଁ ଚିଠିରେ ଅନୁରୋଧ କରାଯାଇଛି। ବିଶେଷକରି ଭକ୍ତମାନେ ହାଫ୍‌ ପ୍ୟାଣ୍ଟ, ଚିରାଫଟା ଜିନ୍ସ, ଅନାବଶ୍ୟକ ଶରୀର ପ୍ରଦର୍ଶନ ଏବଂ ଧାର୍ମିକ ଭାବନାକୁ କୁଠାରାଘାତ କରୁଥିବା ଯେ କୌଣସି ପୋଷାକ ବର୍ଜନୀୟ। ବର୍ତ୍ତମାନ ପ୍ରତ୍ୟେକ ସ୍ତରରେ ସଚେତନତା ସୃଷ୍ଟି କରାଯିବ। ଆସନ୍ତା ନବବର୍ଷଠାରୁ ଏହାକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇପାରେ। ମହାନ ଓଡ଼ିଆ ସଂସ୍କୃତି ଓ ପରମ୍ପରା ସୁରକ୍ଷା ଦିଗରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସେବାୟତ ନିଯୋଗ ଠାରୁ ସହାୟତା ଲୋଡୁଛି ବୋଲି ଚିଠିରେ ଦର୍ଶାଯାଇଛି। ପୁରୀର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟର ମାଲିକ ଓ କର୍ମଚାରୀମାନେ ଏନେଇ ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ସଚେତନ କରାଇବା ପାଇଁ କୁହାଯାଇଛି। ଆବଶ୍ୟକସ୍ଥଳେ ପଦକ୍ଷେପ ନେବାକୁ ଆରକ୍ଷୀ ଅଧୀକ୍ଷକ, ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ, ନୀତି ପ୍ରଶାସକ, ସୁରକ୍ଷା ପ୍ରଶାସକ, ଉନ୍ନୟନ ପ୍ରଶାସନ, ଉପଜିଲାପାଳ, ସିଂହଦ୍ୱାର ଥାନା ଅଧିକାରୀ, ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜରଙ୍କ ସମେତ ସମସ୍ତ ଭକ୍ତନିବାସ ଏବଂ ପ୍ରଶାସନିକ ଅଧିକାରୀମାନଙ୍କ ନିକଟକୁ ଏହି ଚିଠିର ନକଲ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ-ବାଇକ୍‌ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର

ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍‌ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ...

ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….

ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ...

ଗଞ୍ଜେଇ ଜବତ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ରବିବାର ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଶ୍ମଶାନ ନିକଟରୁ ୨ କିଣ୍ଟାଲ ୧୪ କେ.ଜି ୨...

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଟ୍ରଲର, ୨ ମହିଳା ଗୁରୁତର

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ପୁରୁଣା ଥାନା ନିକଟରେ ରବିବାର ସାରେ ରାସ୍ତା ଅତିକ୍ରମ କରୁଥିବାବେଳେ...

୨ ନାବାଳିକାଙ୍କୁ ଗଣବଳାତ୍କାର: ଅଭିଯୋଗ ପରେ ପୋଲିସର ତତ୍ପରତା, ୩ ଜଣ ଅଟକ

ରାଉରକେଲା, ୨୨।୯(ସଂଗୀତା ଜେନା): ରାଉରକେଲାରେ ଚାଞ୍ଚଲ୍ୟ। ଦୁଇ ଜଣ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଥାନାରେ ଅଭିଯୋଗ ହେବା ପରେ ପୋଲିସ ତତ୍ପର ହୋଇ ଉଠିଛି। ଏହି...

ଶ୍ୱଶୁରଙ୍କୁ ହତ୍ୟାକଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର

ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍‌ରେ ପିଟି...

ଗାଁ ନିକଟରେ ଦିନ ଦି ପ୍ରହରରେ ବୁଲୁଛି ଗୋଠ ଛଡା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ପାତ୍ରବସା ଗାଁ ନିକଟରେ ଏକ ଭାଲୁ ଦିନ ଦି...

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri