ପୁରୀ ଅଫିସ,୧୩।୪: ଆସନ୍ତା ମେ’ ୩ରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ସେବାୟତ ପ୍ରତିନିଧି କହିଛନ୍ତି। ଗତ ଦୁଇବର୍ଷ ଧରି କୋଭିଡ୍ କଟକଣା ଯୋଗୁ ଭକ୍ତ ଏହି ଯାତ୍ରାରେ ସାମିଲ ହେବାରୁ ବଞ୍ଚିତ ହୋଉଥିଲେ।
ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକରେ ଜିଲାପାଳ, ଏସପି, ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ଙ୍କ ସହ ସେବାୟତ ପ୍ରତିନିଧିମାନେ ଯୋଗ ଦେଇଥିଲେ।