ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର ଖଣି ଲିଜ୍‌ ଅଞ୍ଚଳ ନିକଟରେ ଚାଲି ଆସୁଥିଲା। କ୍ରଶର ଦ୍ୱାରା ଉକ୍ତ ଅଞ୍ଚଳ ଦେଇ ଚଳାଚଳ କରୁଥିବା ବନ୍ୟପ୍ରାଣୀ କ୍ଷତିଗସ୍ତ ହେଉଥିଲେ। ଏଣୁ ଏହାକୁ ଆଧାର କରି କ୍ରସରକୁ ବନ୍ଦ କରିବା ପାଇଁ ଡିଏଫ୍‌ଓ ପଦକ୍ଷେପ ନେଇଥିଲେ। ମାତ୍ର ଆଦେଶ ଅବମାନନା କରି କ୍ରଶର ଚାଲି ଆସୁଥିଲା। ଏ ନେଇ ବନ ବିଭାଗ ବିଗତ ଦିନରେ କ୍ରଶରରୁ ବିଦ୍ୟୁତ୍‌ ବିଚ୍ଛିନ୍ନ ପାଇଁ ଆନନ୍ଦପୁର ଟାଟା ପାୱାର ନିର୍ବାହୀ ଯନ୍ତ୍ରୀଙ୍କୁ ଚିଠି କରିଥିଲେ। ବନ ବିଭାଗ ପକ୍ଷରୁ ନୋଟିସ୍‌ କରି କାମ ବନ୍ଦ କରାଯାଇଥିଲେ ହେଁ ଅଦ୍ୟାବଧି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଉକ୍ତ କ୍ୱାରୀ ତିନି ମାସିଆ ଅର୍ଥାତ ସଟ୍‌ ଟର୍ମ ଲିଜ ଭାବରେ ରାଜସ୍ବ ବିଭାଗ ଦେଇଥିବା ଜଣାପଡ଼ିଛି। ତେବେ ଓ୍ବାଇ ଫର୍ମରେ ପଥର ଉତ୍ତୋଳନ ହୋଇ ଉକ୍ତ ବେଆଇନ କ୍ରଶରରେ ସାଇଜ କରାଯାଉଥିଲା କି ନାହିଁ ତାହା ତଦନ୍ତ ଦାବି ହେଉଛି। ଅନୁମତି ନ ଥାଇ କ୍ରଶର ଓ ଏକ ପିଚୁ କାରଖାନା ଉକ୍ତ ଲିଜ୍‌ ଅଞ୍ଚଳରେ ଚାଲିଥିବା ବନ ବିଭାଗ ଯାଞ୍ଚ ବେଳେ ଜାଣିବାକୁ ପାଇଛି। ଏଥିରେ କେତେକ ଦୁର୍ନୀତିଗ୍ରସ୍ତ ରାଜସ୍ବ ଓ ଅନ୍ୟାନ୍ୟ ବିଭାଗ କର୍ମଚାରୀଙ୍କ ହାତ ଥିବାରୁ ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲର ଦ୍ୱାରସ୍ଥ ହେବେ ବୋଲି ଆଇନ୍‌ଜୀବୀ ମାନେ ମତବ୍ୟକ୍ତ କରିଛନ୍ତି। ଏ ନେଇ ଡିଏଫ୍‌ଓ ଏଚ୍‌ଡି ଧନରାଜ କହିଛନ୍ତି ଯେ ଉକ୍ତ ସ୍ଥାନର ଅବସ୍ଥା ଦେଖିବାକୁ ଯାଇଥିଲେ। କାମର ସଠିକ୍‌ କାଗଜପତ୍ର ମାଗିଛନ୍ତି। ମିଳିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ମୃତ୍ୟୁ ମାମଲା: ହତ୍ୟା ଅଭିଯୋଗ ଆଣିଲେ ଭଉଣୀ 

ବାରିପଦା,୧୭ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଖଇରବଣିଠାରେ ବେତନଟୀ ବସ୍‌ଷ୍ଟାଣ୍ଡ ଦୁର୍ଗାପୂଜା କମିଟି ସଦସ୍ୟ ଆଶୁତୋଷ ବେହେରାଙ୍କ ମୃତ୍ୟୁ ଘଟଣାରେ ପୋଲିସର...

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼

ଯାଜପୁର,୧୭ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ନିର୍ବାଚନ ମଣ୍ଡଳିରେ ରାଜନୈତିକ ଆକ୍ରୋଶ କ୍ରମଶଃ ବଢିବାରେ ଲାଗିଛି। ବିଜେଡି, ଭାଜପା ଓ ସ୍ବାଧୀନ ବିଧାୟକ ସମର୍ଥକଙ୍କ ମଧ୍ୟରେ...

ନଷ୍ଟ କରାଗଲା ୧ କୁଇଣ୍ଟାଲ ଆଇସ୍‌କ୍ରିମ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ବିନା ଲାଇସେନ୍ସ ଏବଂ ଅସ୍ବାସ୍ଥ୍ୟକର ପରିବେଶରେ ଆଇସ୍‌କ୍ରିମ୍‌ ପ୍ରସ୍ତୁତ କରି ମାର୍କେଟକୁ ବିକ୍ରି ପାଇଁ ପଠାଯାଉଥିଲା। ଆଇସ୍‌କ୍ରିମ୍‌ ପ୍ୟାକେଟ୍‌ ଉପରେ ବ୍ୟାଚ୍‌ ନମ୍ବର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri