ରଥଯାତ୍ରା ପାଇଁ ପୋଲିସ ଡିଜିଙ୍କ ସମୀକ୍ଷା:ନିୟୋଜିତ ହେବ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ, ୨ା୭(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଦୀର୍ଘ ୫୩ ବର୍ଷପରେ ଚଳିତ ବର୍ଷ ଗୋଟିଏ ଦିନରେ ନେତ୍ରଉସତ୍ବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ପଡୁଛି। ତେଣୁ ଦୁର୍ଲ୍ଲଭ ରଥଯାତ୍ରାରେ ଭକ୍ତଙ୍କ ସମାଗମ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ସେହିପରି ମହାପ୍ରଭୁଙ୍କ ଘୋଷଯାତ୍ରାରେ ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଏକ ଚ୍ୟାଲେଞ୍ଜ ରହିଛି। ତେବେ ସମସ୍ତ ବିଭାଗର ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ରଥଯାତ୍ରା ନେଇ ପୋଲିସ ପ୍ରଶାସନ ପକ୍ଷରୁ ସୋମବାର ସନ୍ଧ୍ୟାରେ ଏସ୍‌ପିଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ସମାପନ କରିବା, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍‌, ରଥ ଟଣା, ପାର୍କିଂ, ଯାତାୟତ ସହ ବିଭିନ୍ନ ଦିଗଉପରେ ଆଲୋଚନା କରାଯାଇଥିଲା। ବୈଠକପରେ ପୋଲିସ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡ଼ଙ୍ଗୀ ସୂଚନା ଦେଇ କହିଥିଲେ, ରଥଯାତ୍ରାକୁ ଆଖି ଆଗରେ ରଖି ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି। ରଥଯାତ୍ରା ନେଇ ପ୍ରଥମ ବା ପ୍ରାରମ୍ଭିକ ବୈଠକ ହୋଇଛି। ବୈଠକରେ ଫୋର୍ସ ନିୟୋଜନ, ପୋଲିସ ବ୍ୟବସ୍ଥା ଉପରେ ବିଶେଷ ଭାବରେ ଆଲୋଚନା କରାଯାଇଛି। ଚଳିତ ରଥଯାତ୍ରାରେ ମୁତୟନ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବ। ସେହିପରି ଦାୟିତ୍ୱରେ ଅତିରିକ୍ତ ଡିଜି ପାହ୍ୟା ୪ ଅଧିକାରୀ, ୬ଜଣ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ , କମାଣ୍ଡାଣ୍ଟ ବା ଏସ୍‌ପି ପାହ୍ୟାର ୧୯ ଜଣ ଅଧିକାରୀ, ଅତିରିକ୍ତ ଏସପି ବା ଡେପୁଟି କମଣ୍ଡାଣ୍ଟ ପାହ୍ୟାର ୩୩ଜଣ ଅଧିକାରୀ, ଆସିଷ୍ଟାଣ୍ଟ କମାଣ୍ଡର ବା ଡିଏସ୍‌ପି ପାହ୍ୟାର ୭୫ ଜଣ, ଇନ୍ସପେକ୍ଟର ୧୩୦ଜଣ, ୬୭୫ ଜଣ ଏଏସ୍‌ଆଇ ଓ ଏସ୍‌ଆଇ ପାହ୍ୟାର ଅଧିକାରୀ ସୁରକ୍ଷା ଦାୟିତ୍ୱରେ ମୁତୟନ ରହିବେ। କୋଷ୍ଟଗାର୍ଡ ନିୟୋଜିତ ପାଇଁ ଲେଖାଯାଇଛି। ସେହିପରି ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ। ସୋସିଆଲ ମିଡିଆ ହ୍ୟାଣ୍ଡଲରେ ଲୋକଙ୍କୁ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍‌ ସୂଚନା ଦିଆଯିବ। ଆବଶ୍ୟକ ପଡିଲେ ଅଧିକ ପୋଲିସ ଫୋର୍ସ ନିୟୋଜିତ କରାଯିବ ବୋଲି ପୋଲିସ ମହାନିର୍ଦ୍ଦେଶକ ଷଡ଼ଙ୍ଗୀ ସୂଚନା ଦେଇ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୁରୀ ଏସ୍‌ପିଙ୍କ ସମେତ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌...

କୁସୁମା ବଙ୍ଗଳାର ତଦନ୍ତ ହେବ

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲା ବିଶିଷ୍ଟ ୯ଟି କଟେଜ ନିର୍ମାଣର ରହସ୍ୟକୁ ନେଇ ଚର୍ଚ୍ଚା ବଢିବାରେ ଲାଗିଛି। ବୁଧବାର ଯାଜପୁର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri