ଏୟାର ଇଣ୍ଡିଆ ଉପରେ ଲାଗିଲା ୧୦ ଲକ୍ଷର ଜରିମାନା

ନୂଆଦିଲ୍ଲୀ,୧୪।୬: ଏୟାର ଇଣ୍ଡିଆ ଉପରେ ଲାଗୁ ହୋଇଛି ୧୦ ଲକ୍ଷ ଟଙ୍କାର ଜରିମାନା। ବୈଧ ଟିକେଟ ଥିବା ସତ୍ତ୍ୱେ ଯାତ୍ରୀଙ୍କୁ ବୋର୍ଡିଂକୁ ବାରଣ କରିବା ଏବଂ ସେମାନଙ୍କୁ ବାଧ୍ୟତାମୂଳକ କ୍ଷତିପୂରଣ ପ୍ରଦାନ ନ କରିବାରୁ ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ଏୟାର ଇଣ୍ଡିଆ ଉପରେ ଜରିମାନା ଲଗାଇଛି।

ଡିଜିସିଏର ଡାଇରେକ୍ଟର ଜେନେରାଲ୍‌ ଏକ ବିବୃତ୍ତିରେ କହିଛନ୍ତିି, ସଂସ୍ଥା ପକ୍ଷରୁ ଏକାଧିକ ଚେକିଂ କରାଯାଇଥିଲା। ବେଙ୍ଗାଲୁରୁ, ହାଇଦ୍ରାବାଦ ଓ ଦିଲ୍ଲୀରେ ଚାଲିଥିବା ନୀରିକ୍ଷଣ ବେଳେ ଏୟାର ଇଣ୍ଡିଆ ଅନେକ ଥର ଯାତ୍ରୀମାନଙ୍କୁ ବାଧ୍ୟତାମୂଳକ କ୍ଷତିପୂରଣ ନିୟମକୁ ପାଳନ କରୁ ନଥିବା ଜଣାପଡ଼ିଥିଲା। ଏ ସମ୍ପର୍କରେ ବିମାନ ସେବା ପ୍ରଦାନକାରୀ ସଂସ୍ଥାକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା ଓ ବ୍ୟକ୍ତିଗତ ଶୁଣାଣି ମଧ୍ୟ କରାଯାଇଥିଲା।

ଜବାବରେ ଏଭଳି କୌଣସି ନୀତି ନାହିଁ । ତେଣୁ ଯାତ୍ରୀମାନଙ୍କୁ ସଂସ୍ଥା କ୍ଷତିପୂରଣ ଦେଇ ନ ଥିବା ଏୟାର ଇଣ୍ଡିଆ କହିଥିଲା। ଏହା ଶୁଣି ଡିଜିସିଏ କ୍ଷୁବ୍ଧ ହୋଇଛି। ଡିଜିସିଏ କହିଛି ଯେ ଏପରି କଥା କହିବା ଅତ୍ୟନ୍ତ ଚିନ୍ତାର ବିଷୟ ଓ ଅଗ୍ରହଣୀୟ। ଏଥିପାଇଁ ସଂସ୍ଥା ଉପରେ ୧୦ ଲକ୍ଷ ଟଙ୍କାର ଜରିମାନା ଲାଗୁ କରାଯାଇଛି। ଏଥିସହ ସଂସ୍ଥା ତୁରନ୍ତ ସମସ୍ୟାର ସମାଧାନ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥାକୁ କାର୍ଯ୍ୟକାରୀ କରୁ। ଯଦି ଏଥିରେ ତ୍ରୁଟି ହୁଏ, ତା’ହେଲେ ଆଗକୁ ଆହୁରି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିସିଏ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି...

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ଶେଷ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ...

ଆଜିଠାରୁ ୧୧ ଦିନ ଧରି ଉପାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ, କାରଣ…

ହାଇଦ୍ରାବାଦ,୨୨ା୯: ତିରୁପତି ପ୍ରସାଦ ବିବାଦକୁ ନେଇ ୧୧ଦିନ ଧରି ଉପବାସରେ ରହିବେ ଉପମୁଖ୍ୟମନ୍ତ୍ରୀ ପଓ୍ବନ କଲ୍ୟାଣ। ଆନ୍ଧ୍ରପ୍ରଦେଶରେ ତିରୁପତି ବାଲାଜୀ ମନ୍ଦିରର ପ୍ରସାଦ ଲଡୁରେ ପଶୁ...

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ...

ଓଟିଟିରେ ଆସିବ ତମାଖୁ ନିରୋଧୀ ବିଜ୍ଞାପନ

ନୂଆଦିଲ୍ଲୀ,୨୨ା୯: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓଭର ଦି ଟପ୍‌ (ଓଟିଟି) ପ୍ଲାଟ୍‌ଫର୍ମଗୁଡ଼ିକରେ ତମାଖୁ ନିରୋଧୀ ସ୍ବାସ୍ଥ୍ୟ ସଚେତନତା ବିଜ୍ଞାପନ ଦେବା ପାଇଁ ପ୍ରସ୍ତାବ ଆଣିଛି। ଯଦି...

କାର୍ଯ୍ୟରେ ଯୋଗଦେଲେ ଜୁନିୟର ଡାକ୍ତର: ଓପିଡି କରିବେ ନାହିଁ, ୭ ଦିନ ପୁଣି ଅପେକ୍ଷା…

କୋଲକାତା,୨୧ା୯: କୋଲକାତାର ଆର୍‌.ଜି. କର ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳତ୍କାର ଓ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ୪୨ ଦିନ ହେଲା କାର୍ଯ୍ୟବନ୍ଦ ଆନ୍ଦୋଳନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri