କଟକ,୧୩।୧୧: ବଡ଼ଓଷା ପାଇଁ ଧବଳେଶ୍ୱରଙ୍କ ପୀଠ ବୁଧବାର ଚଳଞ୍ଚଳ ହୋଇ ଉଠିଛି। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନୀତିକାନ୍ତି ସରିବା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ୱାରଫିଟା ଯାଇଥିଲା।
ହଜାର ହଜାର ଶ୍ରଦ୍ଧାଳୁଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି। ପୀଠରେି ଶୃଙ୍ଖଳିତ ଦର୍ଶନ ଚାଲିଛି। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ୱରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ। । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିବେ।