ଭୁବନେଶ୍ୱର,୩।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ନଭେମ୍ବର ୩ରେ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଅକ୍ଟୋବର ୭ରେ ଏହାକୁ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ।
ସୂଚନା ଅନୁଯାୟୀ, ଅକ୍ଟୋବର ୧୪ ଯାଏ ନାମାଙ୍କନ ଦାଖଲ କରିପାରିବେ ପ୍ରାର୍ଥୀ। ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୧୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ନେଇ ସୂଚନା ରହିଛି। ସେହିପରି ନଭେମ୍ବର ୬ରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ। ନଭେମ୍ବର ୮ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ। କିଛି ଦିନ ତଳେ ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ଆସନ।