ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ: କଂସ ରାଜୁତିରେ ଦୁଲୁକିବ ନଗର

ପାଟଣାଗଡ଼ ୩୧।୧୨ (ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ଗଙ୍ଗାଧର ପାର୍କ ଠାରେ ସୋମବାର ରାତିରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ ଯୋଗଦେଇ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପାଟଣାଗଡ ଏସଡିପିଓ ସଦାନନ୍ଦ ପୂଝାରୀ, ଥାନାଅଧିକାରୀ ହରିବନ୍ଧୁ ଗଡତ୍ୟା ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଭାପତି ସୁଶାନ୍ତ ମହାନ୍ତି, ଉପସଭାପତି ଫାଜେଶ ଖାନ, ସମ୍ପାଦକ ଦିଲ୍ଲୀପ ଦାସ, ସହସମ୍ପାଦକ ଦିଲିପ ବଗର୍ତ୍ତୀ, କୋଷାଧ୍ୟକ୍ଷ ଅଶିନୀ ସାହୁଙ୍କ ସମେତ ଧନୁଯାତ୍ରା ମହୋତ୍ସବ କମିଟିର କର୍ମକର୍ତାମାନେ ମଞ୍ଚାସୀନ ଥିଲେ ।
ଏହି ଧନୁଯାତ୍ରା ଆସନ୍ତା ୫ ତାରିଖରେ ଉଦଯାପିତ ହେବ। ଉଦ୍‌ଘାଟନୀ ସଭା ପରେ ଧନୁଯାତ୍ରା ମହୋତ୍ସବ ଆରମ୍ଭ ହୋଇଥିଲା। ମଥୁରା ନଗରୀର ରାଜା ଉଗ୍ରସେନଙ୍କ ମଥୁରା ନଗରୀ ପରିଭ୍ରମଣ କରି ଦରବାରରେ ପହଞ୍ଚିବା, ଯୁବରାଜ କଂସଙ୍କ ମୂଗୟା ଯାତ୍ରା, ଦେବକୀ ବସୁଦେବ ଶୁଭବିବାହ, ଶୂନ୍ୟବାଣୀ ଶୁଣି ଦେବକୀ ଓ ବସୁଦେବଙ୍କୁ ବନ୍ଦୀ କରିବା, ଉଗ୍ରସେନଙ୍କୁ ରାଜିଚ୍ୟୁତ କରି କଂସ ସିଂହାସନ ଆରୋହଣ କରିବା ଆଦି ମଞ୍ଚସ୍ଥ ହୋଇଥିଲା। ଏହି ଅବସରରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri