ମୀନାବଜାର ପଡ଼ିଆରେ ଧନୁଯାତ୍ରା ଏନ୍‌ଫୋର୍ସମେଣ୍ଟ କମିଟିର ଚଢ଼ାଉ

ମଥୁରାନଗରୀ,୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ସମିତିର ଏନ୍‌ଫୋର୍ସମେଣ୍ଟ କମିଟିର ଏକ ପ୍ରତନିଧି ଦଳ ମଙ୍ଗଳବାର ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆରେ ଲାଗିଥିବା ମୀନାବଜାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅତର୍କିତ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଥିବା ବିଡ଼ିଓ ବି. ଡୁଙ୍ଗଡୁଙ୍ଗଙ୍କ ଉପସ୍ଥିତି ଏବଂ ଏନ୍‌ଫୋର୍ସମେଣ୍ଟ କମିଟିର ଆବାହକ ଭୀଷ୍ମଦେବ ସରାଫଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇଥିଲା। ଚଢ଼ାଉବେଳେ ବିଭିନ୍ନ ଜାଗାରେ ବେଆଇନ ପାର୍କିଂ ଷ୍ଟାଣ୍ଡ କରାଯାଉଥିବା ଯୋଗୁ ୨୦ହଜାର ଟଙ୍କା ଜରିମାନା ଅସୁଲ କରାଯାଇଥିଲା। ସେହିପରି ସରକାରୀ ସେବା ଯୋଗାଇବା ପାଇଁ ଉଦ୍ଦିଷ୍ଟ ଜାଗାକୁ ବିନା ଟେଣ୍ଡରରେ ଆବଣ୍ଟନ ଅଭିଯୋଗକୁ ନେଇ ମଧ୍ୟ ଏନ୍‌ଫୋର୍ସମେଣ୍ଟ କମିଟି ଗୁରତ୍ୱର ସହିତ ନେଇଥିଲା। ସମ୍ପୃକ୍ତ ଜାଗାକୁ ଯାଇ କମିଟି ସ୍ଥିତି ଅନୁଧ୍ୟାନ କରିଥିଲା। ସେହି ଜାଗା ନେଇଥିବା ବ୍ୟବସାୟୀଙ୍କୁ ପଚରାଉଚରା କରାଯାଇଥିଲା। ସେ ନେଇ ବୁଧବାର ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସମ୍ପୃକ୍ତ ବ୍ୟବସାୟୀ, ଉପଜିଲାପାଳ ଏବଂ ଏନ୍‌ଫୋର୍ସମେଣ୍ଟ କମିଟି ଉପସ୍ଥିତିରେ ବିନା ଟେଣ୍ଡରରେ ଜମି ଆବଣ୍ଟନ ନେଇ ଆଲୋଚନା କରାଯିବ ବୋଲି କମିଟିର ଆବାହକ ସରାଫ କହିଛନ୍ତି। ଏହାସହିତ ଝୁଲା, ଦୋଳିରେ ମାତ୍ରାଧିକ ଟିକେଟ୍‌ ଦର ରହିଥିବା ଅଭିଯୋଗ ନେଇ ମଧ୍ୟ ସମ୍ପୃକ୍ତ ବ୍ୟବସାୟୀଙ୍କୁ କମିଟି ତାଗିଦ୍‌ କରିଥିଲା ଏବଂ ନିର୍ଦ୍ଧାରିତ ୫୦ଟଙ୍କାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚାଇ ଦିଆଯାଇଛି ବୋଲି ସରାଫ ସୂଚନା ଦେଇଛନ୍ତି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ କମିଟିର ନବକିଶୋର ପାଣିଗ୍ରାହୀ, ପରେଶ ବିଶି, ଜୟପ୍ରକାଶ ପ୍ରଧାନ, ରାଜସ୍ବ ନିରୀକ୍ଷକ ସଞ୍ଜୀବ ମିଶ୍ର, ପୋଲିସ ଏଏସ୍‌ଆଇ ସୁଦର୍ଶନ ପାଣ୍ଡେ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନୁଷ୍ୟ ଚନ୍ଦ୍ରପୃଷ୍ଠରେ କାହିଁକି ହୋଇଯାଏ ମୁକ-କାଲ? ଜାଣନ୍ତୁ ଏହା ପଛର ବିଜ୍ଞାନ…

‘ଚନ୍ଦ୍ର’ ହେଉଛି ଗୋଟିଏ ମାତ୍ର ଉପଗ୍ରହ ଯାହା ଉପରେ ମନୁଷ୍ୟ ପାଦ ରଖିଛି। ହେଲେ ଅନେକ ସମୟରେ ପ୍ରଶ୍ନ ଉଠେ ଯେ କାହିଁକି ଚନ୍ଦ୍ରପୃଷ୍ଠରେ ଲୋକେ...

ଶୀର୍ଷରେ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ନଂ. ୩କୁ ଖସିଲେ ମିଷ୍ଟ୍ରୀ ସ୍ପିନର ଚକ୍ରବର୍ତ୍ତୀ

ଦୁବାଇ,୨ା୪: ଭାରତର ମିଷ୍ଟ୍ରୀ ସ୍ପିନର ବରୁନ ଚକ୍ରବର୍ତ୍ତୀ ଆଇସିସି ପୁରୁଷ ଟି୨୦ ବୋଲିଂ ର଼୍ୟାଙ୍କିଙ୍ଗ୍ସରେ ଗୋଟିଏ ସ୍ଥାନ ତଳକୁ ଖସି ୩ୟ ସ୍ଥାନରେ ରହିଛନ୍ତି। ଅନ୍ୟପକ୍ଷରେ...

ଗୁଜରାଟରେ ବାୟୁସେନା ଲଢୁଆ ବିମାନ ଦୁର୍ଘଟଣଗ୍ରସ୍ଥ, ସମଗ୍ର ଅଞ୍ଚଳରେ ଖେଳିଗଲା ନିଆଁ

ଜାମନଗର,୨।୪: ଗୁଜରାଟ ଜାମନଗରରେ ବାୟୁସେନା ଲଢୁଆ ବିମାନ ଜାଗୁଆର ଦୁର୍ଘଟଣଗ୍ରସ୍ଥ ହୋଇଛି। ରକ୍ଷା ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଏହି ଦୁର୍ଘଟଣା ସୁବରଡ଼ା ଗାଁ’ରେ...

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ...

Breaking: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଆଖି ବୁଜିଲେ ପତ୍ନୀ

ମୁମ୍ବାଇ: ଲୋକପ୍ରିୟ ଗାୟକ ହଂସରାଜ ହଂସଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିଛି। ତାଙ୍କ ପତ୍ନୀ ରେଶମ କୌରଙ୍କ ଦେହାନ୍ତ ହୋଇଯାଇଛି। ସେ ବହୁତ ଦିନ ଧରି...

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ...

ଲାଞ୍ଜିଗଡ଼ରେ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ

ଲାଞ୍ଜିଗଡ, ୨ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ବୁଧବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ...

Japan Earthquake: ଭୂକମ୍ପ ଝଟ୍‌କାରେ ପୁଣି ଥରିଲା ଜାପାନ, ୬.୦ ତୀବ୍ରତା ଯୋଗୁ ଲୋକେ ଆତଙ୍କିତ

ଟୋକିଓ,୨।୪: ମଙ୍ଗଳବାର ରାତିରେ ଜାପାନର କ୍ୟୁଶୁ ଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ନ୍ୟାଶନାଲ ସେଣ୍ଟର ଫର୍‌ ସିସମୋଲୋଜି (NCS) ଅନୁଯାୟୀ, ରିକ୍ଟର ସ୍କେଲରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image