ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି।

ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ, ”ବୁଧବାର ଡିଡିଏମ୍‌ଙ୍କ ସହିତ ଥିବା ବୈଠକରେ ଯୋଗଦେବାକୁ ଅଫିସକୁ ଯାଉଥିଲି। ଏତିକିବେଳେ ରାସ୍ତାରେ କିଛି ଲୋକ ରାସ୍ତାରୋକ କରିଥିଲେ। ରାସ୍ତା ବନ୍ଦ ଥିବାରୁ ମୋ ଗାଡ଼ି ସେଠାରେ ଅଟକି ଥିଲା, ଏତିକି ବେଳେ କିଛି ଲୋକ ମୋ ଆଡ଼କୁ ମାଡ଼ି ଆସିଥିଲେ। ସେମାନଙ୍କ ନିକଟରେ ରଡ୍‌, ଠେଙ୍ଗା ଥିଲା।

ଏଥିରେ ସେମାନେ ମୋ ଗାଡ଼ିକୁ ପିଟିଥିଲେ। ଏହାପରେ ଗାଡ଼ିରେ ମୋତେ ଦେଖି ମୋ ଆଡ଼କୁ ମାଡ଼ି ଆସିଥିଲେ। ସମସ୍ତେ ମିଶି ମୋତେ ପିଟି, ମୋ ଚେନ୍‌ ଛିଡ଼ାଇ ନେଇଛନ୍ତି। ଆକ୍ରମଣ କରିବା ସମୟରେ ସେମାନେ ବବି ଭାଇ ଜିନ୍ଦାବାଦ୍‌ କହି ନାରା ଦେଇଥିଲେ।”

ବିଧାୟକଙ୍କୁ ମାଡ଼ ଆକ୍ରମଣର ପ୍ରତିବାଦ କରି ଘଟଣାସ୍ଥଳରେ ଭାଜପା କର୍ମୀମାନେ ରାସ୍ତାରୋକ କରିଛନ୍ତି। ଭିଯୁକ୍ତଙ୍କୁ ଗିରଫ କରାନଯିବା ପର୍ଯ୍ୟନ୍ତ ରାସ୍ତାରୁ ହଟିବୁନି ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri